www.samajalive.in
Saturday, December 13, 2025
26.1 C
Bhubaneswar

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ; ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ..

କଟକ : କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ବୁଧବାର ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଅନ୍ତରୀଣ ଆଦେଶ ବଳବତ୍ତର ରଖିଛନ୍ତି।
ସୂଚନାଯୋଗ୍ୟ ଯେ , ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟ ରୋକ ଲଗାଇଥିଲେ। କନିଷ୍ଠ ଶିକ୍ଷକ ହୋଇଥିବା ଦୁର୍ନିତୀକୁ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଯାହାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଦେଇଥିଲେ। ଧାର୍ଯ୍ୟ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ କରାଯାଇପାରିବ। ଆସନ୍ତା ୨୦ ଏବଂ ୨୧ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ ହୋଇପାରିବ। ଶିକ୍ଷକ ନିଯୁକ୍ତିରେ ହୋଇଥିବା ବ୍ୟାପକ ଅନିୟମିତତାକୁ ନେଇ ହାଇକୋର୍ଟରେ ଏକ ପିଟିସନ ରୁଜୁ ହୋଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ।

ଓଡିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛନ୍ତି ଆଶାୟୀ । ଗୁରୁବାର ଓସେପା କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ଶୁକ୍ରବାର ଭୁବନେଶ୍ବର ଲୋୟର ପିଏମଜିରେ ଆଶାୟୀମାନେ ଧାରଣା ଦେଇଥିଲେ। ମେରିଟ୍ ଲିଷ୍ଟ ପ୍ରକାଶ ପୂର୍ବରୁ କଟ୍‌ଅଫ୍ ତାଲିକା ପ୍ରକାଶ କରାଯାଇନଥିବାରୁ କେଉଁ ପ୍ରାର୍ଥୀ କେତେ ମାର୍କ ରଖିଛନ୍ତି , କଟ୍‌ଅଫ୍ ମାର୍କ କେତେ ରଖାଯାଇଛି , ତାହା ସାମ୍ନାକୁ ଅଣାଯାଉ ବୋଲି ଦାବି ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories