www.samajalive.in
Saturday, December 6, 2025
23.1 C
Bhubaneswar

କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲା ; ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ..

କଟକ : କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ବୁଧବାର ହାଇକୋର୍ଟ ଶୁଣାଣି କରିଛନ୍ତି। ହାଇକୋର୍ଟରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଛନ୍ତି। ଅନ୍ତରୀଣ ଆଦେଶ ବଳବତ୍ତର ରଖିଛନ୍ତି।
ସୂଚନାଯୋଗ୍ୟ ଯେ , ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟ ରୋକ ଲଗାଇଥିଲେ। କନିଷ୍ଠ ଶିକ୍ଷକ ହୋଇଥିବା ଦୁର୍ନିତୀକୁ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଯାହାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଦେଇଥିଲେ। ଧାର୍ଯ୍ୟ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ କରାଯାଇପାରିବ। ଆସନ୍ତା ୨୦ ଏବଂ ୨୧ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ ହୋଇପାରିବ। ଶିକ୍ଷକ ନିଯୁକ୍ତିରେ ହୋଇଥିବା ବ୍ୟାପକ ଅନିୟମିତତାକୁ ନେଇ ହାଇକୋର୍ଟରେ ଏକ ପିଟିସନ ରୁଜୁ ହୋଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ।

ଓଡିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛନ୍ତି ଆଶାୟୀ । ଗୁରୁବାର ଓସେପା କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ଶୁକ୍ରବାର ଭୁବନେଶ୍ବର ଲୋୟର ପିଏମଜିରେ ଆଶାୟୀମାନେ ଧାରଣା ଦେଇଥିଲେ। ମେରିଟ୍ ଲିଷ୍ଟ ପ୍ରକାଶ ପୂର୍ବରୁ କଟ୍‌ଅଫ୍ ତାଲିକା ପ୍ରକାଶ କରାଯାଇନଥିବାରୁ କେଉଁ ପ୍ରାର୍ଥୀ କେତେ ମାର୍କ ରଖିଛନ୍ତି , କଟ୍‌ଅଫ୍ ମାର୍କ କେତେ ରଖାଯାଇଛି , ତାହା ସାମ୍ନାକୁ ଅଣାଯାଉ ବୋଲି ଦାବି ହୋଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories