www.samajalive.in
Tuesday, December 9, 2025
15.1 C
Bhubaneswar

କାଠଯୋଡି କୂଳ ବେଲଭ୍ୟୁ ଛକରେ ଗାନ୍ଧୀଭିତ୍ତି ସ୍ଥାପତ୍ୟକଳା ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

କଟକ : ମହାତ୍ମାଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି। ମହାତ୍ମାଗାନ୍ଧୀ ତାଙ୍କ ଓଡିଶାଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନ ସମାବେଶରେ ଜନ ସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟକଳା ( ହାଇ ରିଲିଫ୍‍ ମ୍ୟୁରାଲ ସ୍କଲ୍‍ପଚର)ର ଲୋକାର୍ପଣ କରିଛନ୍ତି। ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି।
ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ୱକୁ ଭାରତର ଶ୍ରେଷ୍ଠ ଅବଦାନ। ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍‍ ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତା’ର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି।
ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଓ ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସମ୍ପର୍କରେ ଭଲ ଭାବରେ ଅବଗତ ହୋଇଥିଲେ। ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ। ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାବ୍ଦୀର ଦୁଇ ମହା ପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।
ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ପ୍ରତାପ ଜେନା, ସାଂସଦ ଭର୍ତ୍ତୃହରି ମହତାବ, ସାଂସଦ ସୁବାସ ସିଂହ, କଟକ ଜିଲାର ବିଧାୟକ ଗଣ, ‘ସମାଜ’ର କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories