www.samajalive.in
Thursday, December 11, 2025
27.1 C
Bhubaneswar

ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌

କଟକ : ପୁଣି ଧକ୍କା ଦେଲା ମୋ ବସ୍‌ । କଟକରେ ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌ । ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମାତ୍ର ତାଙ୍କ ପରିବା ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି ।

ସୂଚନାନୁଯାୟୀ ରଘୁନାଥପୁରରେ ଫେବୃଆରୀ ୪ ତାରିଖରେ ମୋ ବସ ଧକ୍କାରେ ଜଣେ ୧୨ ବର୍ଷୀୟ ନାବାଳିକାଙ୍କ ମୃତ୍ୟୁ ହୋଇଥିଲା। ଝିଅଟି ସାଇକଲରେ ଯାଉଥିବାବେଳେ ମୋ ବସ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାର ମୃତ୍ୟୁ ହୋଇଥିଲା।ଏହାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ୩ଟି ମୋ ବସକୁ ସ୍ଥାନୀୟ ଲୋକେ ଅଟକ ରଖିବା ସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରିଥିଲେ। ରାସ୍ତା ଅବରୋଧ କରାଯିବା ଦ୍ୱାରା ବହୁ ଯାନବାହନ ଅଟକି ରହିଥିଲା।

ଜୀବନରେ ଏସବୁ ସମସ୍ୟା ସହ ଏହି ସଙ୍କେତ ମିଳିଲେ ଜାଣନ୍ତୁ ରାହୁଙ୍କର ରହିଛି ଅଶୁଭ ପ୍ରଭାବ; ଏମିତି ଚୁଟ୍‌କିରେ କରନ୍ତୁ ସମାଧାନ…

- Advertisement -

 

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories