www.samajalive.in
Sunday, December 14, 2025
17.1 C
Bhubaneswar

ରେଭେନ୍ସାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା: ସୁସ୍ଥ ହେଲେ ୭ଜଣ, ୨୫ଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟ ଛାତ୍ରବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ୭ ଛାତ୍ରଛାତ୍ରୀ ରବିବାର କଟକ ବଡ଼ ଡାକ୍ତରଖାନାରୁ ଡିସ୍‌ଚାର୍ଜ ହୋଇଛନ୍ତି। ତେବେ ଚିକିତ୍ସାଧୀନ ୨୫ ଛାତ୍ରଛାତ୍ରୀଙ୍କ ସ୍ବତନ୍ତ୍ର ୱାର୍ଡରେ ଚିକିତ୍ସା ଜାରି ରହିଛି। ରବିବାର ମଧ୍ୟାହ୍ନରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କଟକ ବଡ଼ ଡାକ୍ତରଖାନାରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ସେହିପରି ଛାତ୍ରାବାସରେ ଖାଦ୍ୟ ପ୍ରସ୍ତୁତକାରୀ ସଂସ୍ଥାର ଲିଜ୍‌ ବାତିଲ୍‌ କରାଯାଇଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଛି। ରାତି ସୁଦ୍ଧା ଅନେକ ପିଲା ଡିସ୍‌ଚାର୍ଜ ହୋଇଯିବେ। ରାଜ୍ୟରେ ଡାଏରିଆ ସ୍ଥିତି ନିୟନ୍ତ୍ରଣରେ ରହିଛି। ଡାଏରିଆ ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ରେଭେନ୍ସାରେ ଝାଡ଼ାବାନ୍ତି ସ୍ଥିତି ନିୟନ୍ତ୍ରଣାଧୀନ। କେଉଁ କାରଣ ପାଇଁ ହଷ୍ଟେଲରେ ଝାଡ଼ାବାନ୍ତି ବ୍ୟାପିଲା ଏହାର ଯାଞ୍ଚ ଚାଲିଛି। ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ଝାଡ଼ାବାନ୍ତିର କାରଣ ଜଣାପଡ଼ିବ। ଖାଦ୍ୟର ମାନ ଯାଞ୍ଚ ପାଇଁ ଖାଦ୍ୟ ସୁରକ୍ଷା ଅଧିକାରୀଙ୍କୁ ନିଯୁକ୍ତି କରାଯାଇଛି। ସାଂସଦ ଭର୍ତ୍ତୃହରି ମହତାବ, କଟକ- ସଦର ବିଧାୟକ ଇଂ. ପ୍ରକାଶ ସେଠୀ ପ୍ରମୁଖ ୨ ମନ୍ତ୍ରୀଙ୍କ ସହ ଏସ୍‌ସିବିରେ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories