www.samajalive.in
Sunday, December 7, 2025
15.1 C
Bhubaneswar

“ଗାଥା ଓଡ଼ିଶାର:ବନ୍ଦେ ଉତ୍କଳ ଜନନୀ” ନୃତ୍ୟ ନାଟିକାରେ ଝଲସିଲା ପ୍ରବାସୀ ଭାରତୀୟ ମୁକ୍ତାକାଶ ସାଂସ୍କୃତିକ ମଞ୍ଚ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ୧୮ତମ ପ୍ରବାସୀ ଭାରତୀୟ ଦିବସ। ଆଲୋକମାଳାରେ ଝଲସୁଛି ମନ୍ଦିରମାଳିନୀ ସହର ଭୁବନେଶ୍ୱର। ଆଜି ପ୍ରବାସୀ ଭାରତୀୟ ଦିବସ ସାଂସ୍କୃତିକ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ପରିବେଷଣ ହୋଇଛି ନୃତ୍ୟ ନାଟିକା “ଗାଥା ଓଡ଼ିଶାର : ବନ୍ଦେ ଉତ୍କଳ ଜନନୀ”। ଓଡ଼ିଆ ଅସ୍ମିତାକୁ ଆଧାର କରି ପ୍ରସ୍ତୁତ ହୋଇଥିବା ଏହି ନୃତ୍ୟ ନାଟିକା ସମସ୍ତ ଦର୍ଶକମାନଙ୍କୁ ବିମୋହିତ କରିଛି।ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଦୀପ ପ୍ରଜ୍ଵଳନ କରି ଆଜିର ସାଂସ୍କୃତିକ ସନ୍ଧ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଓଡ଼ିଶାର କଳା, ଭାସ୍କର୍ଯ୍ୟ, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାକୁ ନେଇ ପ୍ରସ୍ତୁତ ହୋଇଥିଲା “ଗାଥା ଓଡ଼ିଶାର” ନୃତ୍ୟ ନାଟିକା। ପ୍ରାଚୀନ ଇତିହାସ ଠାରୁ ଆରମ୍ଭ କରି ଆଧୁନିକ ଇତିହାସ, କଳିଙ୍ଗ ଯୁଦ୍ଧ ଓ ପାଇକ ବିଦ୍ରୋହ ଠାରୁ ନେଇ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ମିଳିବା ପର୍ଯ୍ୟନ୍ତ ଓଡ଼ିଶାର ଏହି ଗୌରବମୟ ଗାଥାକୁ “ଗାଥା ଓଡ଼ିଶାର” ନୃତ୍ୟ ନାଟିକା ମାଧ୍ୟମରେ ଖୁବ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଥିଲା। ଏଥି ସହିତ ଜଗନ୍ନାଥ ସଂସ୍କୃତି, ଓଡ଼ିଆ ଭାଷା, ସାହିତ୍ୟ, ପରମ୍ପରା, ପର୍ବପର୍ବାଣୀ ଆଦିକୁ ନୃତ୍ୟଶିଳ୍ପୀମାନେ ମୁକ୍ତାକାଶ ମଞ୍ଚରେ ଅତି ସୁନ୍ଦର ଭାବେ ପ୍ରଦର୍ଶିତ କରିଥିଲେ ଯାହା ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।ନୃତ୍ୟନାଟିକାରେ ଆଧୁନିକ ଓଡ଼ିଶାର ଶିଳ୍ପ, ସ୍ଥାପତ୍ୟ, ହସ୍ତତନ୍ତ, ବୟନଶିଳ୍ପ ଆଦି ପ୍ରଦର୍ଶିତ ହେବା ସହ ନାରୀ ସଶକ୍ତିକରଣ ଏବଂ ଓଡ଼ିଶାର ନିର୍ମାଣରେ ମହିଳା ମାନଙ୍କର ଭୂମିକାକୁ ମଧ୍ୟ ପ୍ରଦର୍ଶିତ କରାଯାଇଥିଲା। ବସୁଧୈବ କୁଟୁମ୍ବକମ୍ ର ବାର୍ତ୍ତା ପ୍ରଦାନ କରୁଥିବା ଏହି ନୃତ୍ୟନାଟିକାରେ ପ୍ରାୟ ୩୫୦ ନୃତ୍ୟ ଶିଳ୍ପୀ ଅଂଶଗ୍ରହଣ କରିଥିଲେ।

- Advertisement -

ଗାଥା ଓଡ଼ିଶାର ନୃତ୍ୟ ନାଟିକା ମାଧ୍ୟମରେ ଓଡ଼ିଶାର ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ଏକ ନିଚ୍ଛକ ନିଦର୍ଶନ ଦେଖିବାକୁ ମିଳିଛି ବୋଲି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶ୍ରୀ ଏସ. ଜୟଶଙ୍କର ମତପ୍ରକାଶ କରିଥିଲେ।

ଆଜିର ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଡ଼ିଶାର ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ,ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗ୍ରାମ୍ୟ ଉନ୍ନୟନ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂ ଦେଓ, କଳାହାଣ୍ଡି ସାଂସଦ ମାଳବିକା ଦେବୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରକାଶଯୋଗ୍ୟ ଯେ, ଗାଥା ଓଡ଼ିଶାର ନୃତ୍ୟ ନାଟିକାଟି ଆଠଟି ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶାର ଲୋକନୃତ୍ୟକୁ ନେଇ ପ୍ରସ୍ତୁତ କରାଯାଇଥିଲା। ଗୁରୁ ଡ଼. ଅରୁଣା ମହାନ୍ତି ଏହି ନୃତ୍ୟନାଟିକାର କୋରିୟୋଗ୍ରାଫି କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories