www.samajalive.in
Monday, December 15, 2025
17.1 C
Bhubaneswar

ଜିଲା ସଂସ୍କୃତି ଅଧିକାରୀଙ୍କ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର: ଭୁବନେଶ୍ୱର ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲା ସଂସ୍କୃତି ଅଧିକାରୀମାନଙ୍କ ଦୁଇଦିନିଆ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଆଜି ଉଦ୍‌ଯାପିତ ହୋଇଯାଇଛି। ଏହି କର୍ମଶାଳାରେ ଜିଲ୍ଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭାଗୀୟ ବିବିଧ କାର୍ଯ୍ୟକ୍ରମ ଯଥା: ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା, ବାଲେଶ୍ୱର ଶଙ୍ଖାରୀସ୍ଥିତ ପଦ୍ମଭୂଷଣ ମନୋଜ ଦାସ ସ୍ମାରକୀ ପ୍ରକଳ୍ପ, ଭଦ୍ରକ ଗରଦପୁରସ୍ଥିତ ଗାନ୍ଧୀ ଓଡ଼ିଶା ବାଳାଶ୍ରମ, କଟକର ଉତ୍କଳ ଗାନ୍ଧୀ ସ୍ମାରକନିଧି, କେନ୍ଦୁଲୀସ୍ଥିତ ଶ୍ରୀଜୟଦେବ ପୀଠ, ପୁରୀ ଜିଲା ସୁଆଣ୍ଡୋରେ ଉତ୍କଳମଣି ଗୋପବନ୍ଧୁ ଦାସ ସ୍ମାରକୀ ପ୍ରକଳ୍ପ, ଜିଲା ପାଠାଗାର ତଥା ଅନ୍ୟାନ୍ୟ ବିଭାଗୀୟ ପାଠାଗାର ପରିଚାଳନା, ଜିଲା ସଂସ୍କୃତି ପରିଷଦ/ ତଥା ଜିଲା ସାଂସ୍କୃତିକ ପାଣ୍ଠି ବିନିଯୋଗ, ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିଗୁଡ଼ିକର ରକ୍ଷଣାବେକ୍ଷଣ, ଆଦର୍ଶ ବରପୁତ୍ର ଗ୍ରାମ, ଓଡ଼ିଶାର ଐତିହ୍ୟ କୀର୍ତ୍ତିରାଜିର ସଂରକ୍ଷଣ, ବିଭାଗ ଅଧିନରେ ପରିଚାଳିତ ରାଜ୍ୟ ଏକାଡେମୀଙ୍କ ପକ୍ଷରୁ ଆୟୋଜିତ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ତଥା ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏହି କର୍ମଶାଳାରେ ଯୋଗଦେଇ ନିଜ ସଂସ୍କୃତିକୁ ଭଲପାଇବା ସହ ତାହାକୁ ବିଶ୍ୱସ୍ତରରେ ପ୍ରତିଷ୍ଠିତ କରିବା ଦିଗରେ ପ୍ରୟାସ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ବିଭାଗୀୟ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାଏ ବିଭାଗର କାର୍ଯ୍ୟକୁ ନିଷ୍ଠାର ସହ ସଫଳ ଭାବରେ କାର୍ଯ୍ୟକାରୀ କରିବାକୁ ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ବିଭାଗର ଅତିରିକ୍ତ ଶାସନ ସଚିବ ମଧୁସୂଦନ ଦାଶ, ରାଜ୍ୟ ସଂଗ୍ରହାଳୟ ନିର୍ଦ୍ଦେଶିକା ଆରତୀ ସାହୁ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଅର୍ଥ ପରାମର୍ଶଦାତା ତଥା ଉପଶାସନ ସଚିବ ପଦ୍ମଜ୍ୟୋତି ସାହୁ, ଉପନିର୍ଦ୍ଦେଶକ ଦେବାନନ୍ଦ ବରିହା, ଏକାଡେମୀର ସଚିବ, ରାଜ୍ୟ ପ୍ରତ୍ନତତ୍ତ୍ୱ ସଂସ୍ଥାର ଅଧୀକ୍ଷକ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଏହି ଦୁଇଦିନିଆ କର୍ମଶାଳାରେ ଯୋଗଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories