www.samajalive.in
Monday, December 8, 2025
17.1 C
Bhubaneswar

କଟକରେ କର୍ଫ୍ୟୁ – ଆଗାମୀ ୩୬ ଘଣ୍ଟା ପାଇଁ କିଛି ସ୍ଥାନରେ ଲାଗୁ

କଟକ – ଭସାଣୀ ଶୋଭାଯାତ୍ରା ଉପରକୁ ଏକ ଗୋଷ୍ଠୀର କିଛି ଉପଦ୍ରବି ଢେଲା ମାଡ କରିବା ଘଟଣା ପରେ ଭାଇଚାରାର ସହର କଟକ ଅଶାନ୍ତ ହୋଇ ପଡିଛି । ରବିବାରରେ ଏହା ଉଗ୍ରରୂପ ନେବାପରେ କଟକର କିଛି ଅଂଶରେ ୩୬ ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ତେବେ ସ୍ଥିତି ନିୟନ୍ତ୍ରଣରେ ଥିବା କଥା ପୁଲିସ କମିଶନର ସୂଚନା ଦେଇଛନ୍ତି ।

ସୋମବାର କଟକ ବନ୍ଦ ଡାକରା ଦିଆଯାଇଥିବାରୁ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ସହରରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ରବିବାର ପୁଲିସକୁ ଢେଲାପଥର ମାଡ଼ କରାଯିବା ପରେ ପୁଲିସ ପକ୍ଷରୁ ଲାଠି ଚାଳନା କରାଯିବା ସହିତ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଥିଲା। ତେଣୁ ବନ୍ଦ ପାଳନ ବେଳେ ଗଣ୍ଡଗୋଳ ଆଶଙ୍କା ଥିବାରୁ ବିଭିନ୍ନ ସାହିର ଗଳିକନ୍ଦିରେ ପୁଲିସ ଛାଉଣୀ ହୋଇଛି।

- Advertisement -

ଦଶହରା ଭସାଣ ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗଣ୍ଡଗୋଳ ଘଟଣା ପ୍ରତିବାଦରେ ସୋମବାର ସହରରେ ବନ୍ଦ ଡାକରା ଦିଆଯାଇଛି। ତେଣୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ରବିବାର ସନ୍ଧ୍ୟା ୭ଟାରୁ ସୋମବାର ସନ୍ଧ୍ୟା ୭ଟା ଯାଏ ନିଷ୍ପତ୍ତି ବଳବତ୍ତର ରହିବ ବୋଲି ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ହ୍ବାଟ୍ସଆପ, ଫେସବୁକ, ଇନଷ୍ଟାଗ୍ରାମ, ଏକ୍ସ ଭଳି ଅନେକ ସାମାଜିକ ଗଣମାଧ୍ୟମ ଆପଗୁଡ଼ିକ ଉପରେ ମଧ୍ୟ କଟକଣା ଲାଗୁ ହୋଇଛି। ସିଡିଏ, ସିଏମସି ଏବଂ ବୟାଳିଶିମୌଜା ଅଞ୍ଚଳ ପାଇଁ ଏହି କଟକଣା ଲାଗୁ କରାଯାଇଛି।

ଗଣ୍ଡଗୋଳ ଘଟଣା ପ୍ରତିବାଦରେ ରବିବାର କଟକରେ ବିଭିନ୍ନ ସଂଗଠନ ପକ୍ଷରୁ ଶୋଭାଯାତ୍ର କରାଯାଇଥିଲା। ଦରଘାବଜାର ନିକଟରେ ପୁଲିସ ଶୋଭାଯାତ୍ରାକୁ ଅଟକାଇବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ ଓ ଶୋଭାଯାତ୍ରାକାରୀ ମୁହାଁମୁହିଁ ହୋଇଥିଲେ। ପୁଲିସ ଉପରକୁ ଢେଲାପଥର ମାଡ଼ ହୋଇଥିଲା। ଫଳରେ ପୁଲିସ ପକ୍ଷରୁ ଲାଠିମାଡ଼ କରାଯିବା ସହିତ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଛି। ଆସନ୍ତା କାଲି ବନ୍ଦ ଡାକରା ଦିଆଯାଇଥିବାରୁ ହିଂସାକାଣ୍ଡ ସୃଷ୍ଟି ହେବା ଆଶଙ୍କା​‌ରେ ପୁଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଭିନ୍ନ ସାହି ଗଳିକନ୍ଦିରେ ପୁଲିସ ଛାଉଣୀ ହୋଇଛି।

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories