www.samajalive.in
Saturday, December 13, 2025
14.1 C
Bhubaneswar

ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

କଟକ : କଟକ ସଦରର ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ୟୁଆରସିସି ଅଜୟ କୁମାର ସାହୁ ସୋମବାର ସରକାରୀ ଚାକିରରୁ ଅବସର ଗ୍ରହଣ କରିଛନ୍ତି।  ଏହି ଉପଲକ୍ଷେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ନିରାଡମ୍ବର ଭାବରେ କୋଭିଡ କଟକଣାକୁ ଅନୁପାଳନ କରି କଟକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜଣେ ଦକ୍ଷ ଓ ସଚ୍ଚୋଟ କର୍ମଚାରୀ ଭାବେ ସେ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ସଫଳତାର ସହ ତୁଲାଇ ପାରୁଥିଲେ ବୋଲି ବରିଷ୍ଠ ଅଧିକାରୀ ଓ ଅନ୍ୟ ସହକର୍ମୀମାନେ ମତ ବ୍ୟକ୍ତ କରିବା ସହ ସମସ୍ତେ ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି।

- Advertisement -

ଏହି ସମ୍ବର୍ଦ୍ଧନା ସଭାରେ କଟକ ଜିଲ୍ଲା ଶିକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ସନ୍ତୋଷ କୁମାର ରାଉତ, ଦିପ୍ତୀମୟୀ ଶୁଭଦର୍ଶିନୀ, ସୋନାମିକା ରାୟ ତଥା କଟକ ସଦର ଗୋଷ୍ଠୀ ଶିକ୍ଷା ଅଧିକାରୀ ସରସ୍ଵତୀ କାନୁନଗୋ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନନ୍ତ ଚରଣ ଦେହୁରୀ, ସରୋଜିନୀ ମିଶ୍ର, କନକଲତା ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories