www.samajalive.in
Monday, December 15, 2025
26.1 C
Bhubaneswar

କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା

ଭୁବନେଶ୍ୱର: କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିଛି। ଏ ନେଇ ପୂର୍ବରୁ ବିଭିନ୍ନ ମହଲରୁ ଦାବି କରାଯାଇଥିଲା। କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ପରେ କଟକ ସହର ସମେତ ସାରା ରାଜ୍ୟରେ ଖୁସିର ଲହରୀ ଖେଳିଯାଇଛି। କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନେଇ ସୂଚନା ଜାରି କରାଯାଇଛି।

କଟକ ଐତିହାସିକ ବାଲିଯାତ୍ରା ଓଡ଼ିଶା ଏବଂ ଦକ୍ଷିଣ ଏସୀୟ ରାଷ୍ଟ୍ର ମଧ୍ୟରେ ନୌବାଣିଜ୍ୟ ଗାଥା କହେ। କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦେବା ନେଇ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ। ପୂର୍ବ ପ୍ରତିଶ୍ରୁତି ଅନୁସାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦିଆଯାଇଥିବା ନେଇ ସୂଚନା ଜାରି କରାଯାଇଛି। ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପ୍ରଦାନ ନେଇ ସୂଚନା ଦେଇଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories