www.samajalive.in
Tuesday, November 18, 2025
27.1 C
Bhubaneswar

କଟକ ବାଲିଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ: ରାଜ୍ୟ ପର୍ଯ୍ୟଟନ ପ୍ରୋତ୍ସାହନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର: ଐତିହାସିକ କଟକ ବାଲିଯାତ୍ରା ଚଳିତ ବର୍ଷ ନଭେମ୍ବର ୨୭ ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାକୁ ଯେପରି ଶୃଙ୍ଖଳିତ ତଥା ସରସ ସୁନ୍ଦର ଭାବେ ପାଳନ କରାଯିବ ଏହା ଉପରେ ସରକାର ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥି ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭଚ୍ୟୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଛି।

ମେଳା ପଡିଆ ପ୍ରସ୍ତୁତି, ରାସ୍ତାଘାଟ ଉନ୍ନତିକରଣ, ଜଳ ଯୋଗାଣ, ୨୪ ଘଣ୍ଟିଆ ବିଦ୍ୟୁତ ଯୋଗାଣ, ଶୌଚାଳୟ ନିର୍ମାଣ, ଆଇନ ଶୃଙ୍ଖଳା ରକ୍ଷା, ନିରାପତ୍ତା ଓ ଟ୍ରାଫିକ ନିୟନ୍ତ୍ରଣ, ସିସି ଟିଭି ବ୍ୟବସ୍ଥା ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ଶ୍ରୀ ସାହୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଅଗ୍ନିଶମ, ନଦୀପଠାରେ ସୁରକ୍ଷା ବ୍ୟବସ୍ତା ଓ ସ୍ୱାସ୍ଥ୍ୟ, ପରିମଳ ଓ ଯାତ୍ରା ସମୟରେ ବିକ୍ରୟ କରାଯାଉଥବା ଖାଦ୍ୟମାନ ଯାଞ୍ଚ ବ୍ୟବସ୍ଥା କଡାକଡି କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଚଳିତ ବର୍ଷ ‘ଚାଲ ଯିବା କଟକ ବାଲିଯାତ୍ରା’ ଭଳି ସ୍ଲୋଗାନ ଆରମ୍ଭ କରିବାକୁ କଟକ ମେୟର ଶ୍ରୀ ସୁବାସ ସିଂ ବୈଠକରେ ପ୍ରସ୍ତାବ ଦେଇଥିଲେ। ରାଜ୍ୟ ପର୍ଯ୍ୟଟନ ପ୍ରୋତ୍ସାହନ ଏବଂ ଆତିଥେୟତା ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ। ଏଥିନିମନ୍ତେ ବିଭଗ ପକ୍ଷରୁ ପ୍ରାୟ ୫୦ ଲକ୍ଷ ଟଙ୍କା ବ୍ୟୟ କରାଯିବ।

- Advertisement -

ସେହିଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ପୂର୍ବକ ଆଧୁନିକ ସାଜସଜ୍ଜା ସହ ଉଚ୍ଚକୋଟୀର ଦଳ ମାନେ କାର୍ଯ୍ୟକ୍ରମ ପରିବେଷଣ କରିବେ। ଏଥି ପାଇଁ ମଧ୍ୟ ସଂସ୍କୃତି ବିଭାଗ ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରିବ। ଉକ୍ତ ବୈଠକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇ, ସିଡିଏ ଅଧ୍ୟକ୍ଷ ଶ୍ରୀ ଅନିଲ କୁମାର ସାମଲ, କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର କମିଶନର ନିଖିଳ ପବନ କଲ୍ୟାଣ, ଓରମାସ ସିଇଓ ଗୁହା ପୁନମ ତାପସ କୁମାର, ଖାଦ୍ୟ ସୁରକ୍ଷା କମିଶନର ଡଃ ପୋମା ଟୁଡୁ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ପର୍ଯ୍ୟଟନ ବିଭାଗ ଓଏସଡ଼ି ଶ୍ରୀ ଅଂଶୁମାନ ରଥ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଏକ୍ସ ଓ ଚାଟ୍‌ଜିପିଟି ସର୍ଭର ଡାଉନ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବଂ ଚାଟ୍ ଜିପିଟି ସର୍ଭର...

ବିମାନ ୩ ଘଣ୍ଟା ବିଳମ୍ବ, ପୁଣେ ବିମାନବନ୍ଦରରେ ତିକ୍ତତା

ପୁଣେ, ୧୮ା୧୧: ପୁଣେ ବିମାନବନ୍ଦରରେ ମଙ୍ଗଳବାର ଇଣ୍ଡିଗୋର ପୁଣେ-ଦିଲ୍ଲୀ ବିମାନ(୬ଇ ୬୭୬୩)...

ମୃତଦେହ ଝୁଣି ଖାଉଛି କୁକୁର

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ...

ଗୁରୁବାର ଶପଥ ନେବେ ନୀତିଶ

ସମାଜ ଲାଇଭ ଡ଼େସ୍କ : ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ...

୫୦ କୋଟିରେ ତିଆରି ହେଲା ମୁଖ୍ୟାଳୟ, ବୈଠକ ଗୃହ କରିବାକୁ ଭୁଲିଗଲେ

ସମାଜଲାଇଭ ଡେସ୍କ: ୫୦ କୋଟି ଖର୍ଚ୍ଚ କରି ମୁଖ୍ୟାଳୟ ତିଆରି କଲେ।...

Related Articles

Popular Categories