www.samajalive.in
Monday, December 8, 2025
20.1 C
Bhubaneswar

କରୋନା ମୁକାବିଲା ପାଇଁ ୨ କୋଟିରୁ ଅଧିକ ସହାୟତା ଦେଲା କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ

ଭୁବନେଶ୍ୱର: ରାଜ୍ୟରେ କରୋନା ମୁକାବିଲା ପାଇଁ ବିଭିନ୍ନ ମହଲରୁ ରାଜ୍ୟ ସରକାରଙ୍କୁ ସହାୟତାର ହାତ ବଢାଉଥିବା ବେଳେ, ତାହାକୁ ଚରିତାର୍ଥ କରିବାକୁ ଯାଇ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ତରଫରୁ ୨କୋଟି ୩ ଲକ୍ଷ ୨୭ ହଜାର ୮ ଶହ ୫୧ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। କଟକ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ଶ୍ରୀ ବିରେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ନେତୃତ୍ୱରେ ଆଜି ଏହି ସହାୟତା ରାଶି, ମାନ୍ୟବର ବିଧାୟକ ଯାଜପୁର ଶ୍ରୀ ପ୍ରଣବ ପ୍ରକାଶ ଦାସ ଓ ମାନ୍ୟବର ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି ।

ଏହି ସହାୟତା ରାଶି ମଧ୍ୟରୁ ୨କୋଟି କେବଳ ବ୍ୟାଙ୍କର ୨୦୧୮-୧୯ ବର୍ଷର ଲାଭାଂଶ ଟଙ୍କାର କିଛି ଅଂଶ ରହିଥିବାବେଳେ, ୨ ଲକ୍ଷ ୨୭ ହଜାର ୮ଶହ ୫୧ ଟଙ୍କା ବ୍ୟାଙ୍କ କର୍ମଚାରୀଙ୍କ ଗୋଟିଏ ଦିନର ବେତନ ଏବଂ ବାକି ୧ ଲକ୍ଷ ଟଙ୍କା କଟକ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି, ଉପ-ସଭାପତି ଏବଂ ୧୩ଜଣ ନିର୍ଦ୍ଦେଶକମାନଙ୍କ ପକ୍ଷରୁ ପ୍ରଦାନ କରାଯାଇଛି ।

କେବଳ ଏତିକି ନୁହେଁ ଏହା ସହ ଏହି ଦୁଃସମୟରେ ପ୍ରଭାବିତ ଲୋକଙ୍କୁ ସହାୟତାର ହାତ ବଢାଇବାକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସମସ୍ତଙ୍କୁ କିଛି ନା କିଛି ଦାନ କରିବା ପାଇଁ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଶ୍ରୀ ବିରେନ୍ଦ୍ର ପ୍ରତାପ ସ୍ୱାଇଁ ଆହ୍ୱାନ ଦେଇଛନ୍ତି ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories