www.samajalive.in
Sunday, December 14, 2025
19.1 C
Bhubaneswar

କଟକ ଚଣ୍ଡୀମନ୍ଦିରର ବିକାଶ ଯୋଜନାକୁ ଅନୁମୋଦନ, ଖର୍ଚ୍ଚ ହେବ ୭୦ କୋଟି

ଡେସ୍କ: କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ଏଥି ପାଇଁ ୭୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏହି ପୀଠରେ ଭକ୍ତମାନଙ୍କ ପାଇଁ ବିଭନ୍ନ ସୁବିଧା ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବାକୁ ଯୋଜନା ଚୂଡାନ୍ତ ହୋଇଛି। ଏହି ବିକାଶ କାର୍ଯ୍ୟ ଆସନ୍ତା ଏକ ବର୍ଷ ମଧ୍ୟରେ ଶେଷ କରିବାକୁ ସମୟ ଧାର୍ଯ୍ୟ କରାଯାଇଛି।

ଫାଇଭ ଟି ଅଧୀନରେ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ କଟକ ସହରର ସାମଗ୍ରିକ ବିକାଶରେ ଚଣ୍ଡୀମନ୍ଦିରର କାୟାକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି କହିଛନ୍ତି। ସେ ଏଥିଲାଗି କଟକବାସୀଙ୍କ ସକ୍ରିୟ ସହଯୋଗ କାମନା କରିଛନ୍ତି।

- Advertisement -

ଆଜି ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ଯୋଜନା ଵିଷୟରେ ଏକ ଉପସ୍ଥାପନା କରାଯାଇଥିଲା। ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରୀ ନିର୍ମାଣ ସହିତ ଚାରି ଦିଗରେ ଚାରି ଗୋଟି ଦ୍ବାର ନିର୍ମାଣ କରାଯିବ। ଏହା ସହିତ ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି ମଧ୍ୟ ଲଗାଯିବ। ବାଟମଙ୍ଗଳା ମନ୍ଦିରର ମଧ୍ୟ ପୁନଃ ନିର୍ମାଣ କରାଯିବ।

ସେହିପରି ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମା’ଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୁଲିସ କଣ୍ଟ୍ରୋଲ ରୁମ୍‌, ବିଶ୍ରାମ କକ୍ଷ, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ବ ଦିଆଯିବ।ଏହା ସହିତ ଯାତ୍ରୀମାନଙ୍କ ରହିବା ପାଇଁ ଯାତ୍ରୀ ନିବାସ, ବିସ୍ଥାପିତ ଦୋକାନୀମାନଙ୍କ ପାଇଁ ୧୮ଟି ଦୋକାନ, ମନ୍ଦିର ପରିସରରେ ସେବାୟତମାନଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ କରାଯିବ। ପାର୍କିଂ ସହିତ ଖୋଲାସ୍ଥାନର ମଧ୍ୟ ବିକାଶ କରାଯିବ।

ଏହି ଯୋଜନାରେ ପାରିପାର୍ଶ୍ବିକ ଅଞ୍ଚଳର ବିକାଶ ସହ ମନ୍ଦିର ନିକଟରେ ଭାରୀଯାନ ନିୟନ୍ତ୍ରଣ, ଯାତ୍ରୀଙ୍କ ପାଇଁ ବିଭିନ୍ନ ମୌଳିକ ସୁବିଧା, ଜଳ ନିଷ୍କାସନ ଆଦି ବିଭିନ୍ନ ସମସ୍ୟାର ସମାଧାନ ସହ କଟକ ଚଣ୍ଡୀ ମନ୍ଦିରକୁ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବରେ ବିକଶିତ କରିବା ପାଇଁ ଗୁରୁତ୍ବ ଆରୋପ କରାଯାଇଛି। ଚଣ୍ଡୀ ମନ୍ଦିରଟି ରାସ୍ତାର ଅତ୍ୟନ୍ତ ନିକଟରେ ଥିବାରୁ ଭାରିଯାନ ଚଳାଚଳ, ଯାତ୍ରୀ ମାନଙକ ନିରାପତ୍ତା ଉପରେ ବିପଦ ସୃଷ୍ଟି କରୁଛି। ତେଣୁ ଚଣ୍ଡୀ ମନ୍ଦିର ସମ୍ମୁଖ ରାସ୍ତାକୁ ଭାଗ କରାଯିବ। ଜଳ ନିଷ୍କାସନକୁ ଦୃଷ୍ଟିର ରଖି ମନ୍ଦିର ଚଟାଣକୁ ଉଚ୍ଚା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories