www.samajalive.in
Sunday, December 7, 2025
16.1 C
Bhubaneswar

ଜୁଲାଇ ୮ ତାରିଖ ଯାଏଁ କଟକ ସହର ସଟ୍ଡ଼ାଉନ୍; ଘରୁ ବାହାରକୁ ବାହାରିବା ଉପରେ କଟକଣା

କଟକ : ଆସନ୍ତା ଜୁଲାଇ ୮ ତାରିଖ ଯାଏଁ ସଟଡାଉନ୍ ରହିବ କଟକ ସହର । ବଢ଼ୁଥିବା କରୋନା ସଂକମ୍ରିତଙ୍କ ସଂଖ୍ୟାକୁ ଦେଖି ସିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ଜୁଲାଇ ୮ ତାରିଖ ମଧ୍ୟ ରାତ୍ର ୧୨ ଟା ଯାଏଁ କଟକ ସହର ସଟ୍‌ଡାଉନ୍ ରହିବ ବୋଲି ଆଜି ଘୋଷଣା କରିଛି କଟକ ମହାନଗର ନିଗମ(ସିଏମସି) । ତେବେ ଏହି ସମୟରେ ସକାଳ ୫ରୁ ସନ୍ଧ୍ୟା ୬ଯାଏଁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଯଥା ସଉଦା, କ୍ଷୀର ଓ ପରିବା ଦୋକାନ ଖୋଲା ରହିବ । ଏହି ସମୟ ମଧ୍ୟରେ ଜନସାଧାରଣ ସମାଗ୍ରୀ କିଣି ପାରିବେ । ତେବେ ଜିନିଷ କିଣିବା ସମୟରେ ସତର୍କ ରହିବା ପାଇଁ କହିଛି ସିଏମସି । ଲୋକଙ୍କୁ ସାମାଜିକ ଦୂରତା ଅବଲମ୍ବନ କରି ଏବଂ ମାସ୍କ ପିନ୍ଧି ଜରୁରୀ ଜିନିଷ କିଣିବାକୁ ହେବ । ଜରୁରୀ ନ ଥିଲେ କେହି ବାହାରକୁ ନବାହାରିବା ପାଇଁ ସିଏମସି ପକ୍ଷରୁ ନିର୍ଦେଶ ଦିଆଯାଇଛି ।


ତେବେ ଔଷଧ ଦୋକାନ ନିୟମିତ ଖୋଲିବ। ଅନଲାଇନ ଡେଲିଭରି, ବିଦ୍ୟୁତ୍‌, ପାନୀୟ ଜଳ ଯୋଗାଣ ଚାଲୁ ରହିବ ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଛି।ସୂଚନା ଯୋଗଁ କଟକ ଜିଲାରୁ ଆଜି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଥିଲେ।୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସରକାରୀ କ୍ୱାରେଣ୍ଟିନ୍‌ରେ ଥିଲେ। ସେମାନେ ସମସ୍ତେ ଆଚାର୍ୟ୍ୟ ହରିହର କ୍ୟାନ୍ସର ହସ୍ପିଟାଲ୍‌ର ଆଇସୋଲେସନ୍‌ ୱାର୍ଡରେ ଥିବା ରୋଗୀ ଓ ସେମାନଙ୍କ ଆଟେଣ୍ଡାଣ୍ଟ। ସେହିପରି ବାକି ୬ ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଓ ୪ ଜଣ ପୁରୁଷ ଅଛନ୍ତି। ଏହି ୬ ଜଣଙ୍କ ମଧ୍ୟରେ ଜଣେ କରୋନା ଯୋଦ୍ଧା ଥିବାବେଳେ ବାକି ୫ଜଣ ଚାଉଳିଆଗଞ୍ଜର ଏକ ଘରୋଇ ନର୍ସିଂହୋମର କର୍ମଚାରୀ ରହିଛନ୍ତି।

- Advertisement -

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା  କଟକ ମହାନଗର ନିଗମ ଅଞ୍ଚଳରୁ ୧୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇଥିବାବେଳେ ୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories