www.samajalive.in
Monday, December 8, 2025
17.1 C
Bhubaneswar

‘ଡିଏମଡି’ରେ ଆକ୍ରାନ୍ତଙ୍କ ଚିକିତ୍ସାକୁ ନେଇ ମାମଲା; ହାଇକୋର୍ଟଙ୍କ ଜବାବ ତଲବ

କଟକ: ବଂଶଗତ (ଜେନେଟିକ୍) ରୋଗ ‘ଡୁଚେନ ମସ୍କୁଲାର ଡାଇଷ୍ଟ୍ରୋଫି’ (ଡିଏମଡି)ରେ ଆକ୍ରାନ୍ତ ଶିଶୁଙ୍କ ଚିକିତ୍ସା ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାରେ ହାଇକୋର୍ଟ ଜବାବ ତଲବ କରିଛନ୍ତି। ଜୁଲାଇ ୧୧ରେ ମାମଲାର ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଥିବା ବେଳେ ଏହା ପୂର୍ବରୁ ପକ୍ଷ ରଖିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ନିର୍ଦେଶ ଦିଆଯାଇଛି। ପ୍ରସଙ୍ଗକୁ ନେଇ ଆବେଦନକାରୀ ସ୍ବାସ୍ଥ୍ୟ ବିଭାଗ ନିକଟରେ ଅଭିଯୋଗ କରିଥିବା ବେଳେ ଏହା ଉପରେ କି ପଦକ୍ଷେପ ନିଆଯାଇଛି ସେ ନେଇ ଅବଗତ କରିବାକୁ ସ୍ବାସ୍ଥ୍ୟ ବିଭାଗକୁ ହାଇକୋର୍ଟ କହିଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର.କେ.ପଟ୍ଟନାୟକଙ୍କ ଖଣ୍ଡପୀଠ ଅଂଶୁମାନ ରାୟଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦେଶ ଦେଇଛନ୍ତି। ‘ଡିଏମଡି’ ଏକ ବିରଳ ବଂଶଗତ ରୋଗ। ୨ରୁ ୧୮ ବୟସ୍କ ଏଥିରେ ଆକ୍ରାନ୍ତ ହେଉଥିବାବେଳେ ଏହାର ଚିକିତ୍ସା ମହଙ୍ଗା। ଏଭଳି ରୋଗରେ ଆକ୍ରାନ୍ତ ୧୫ ଶିଶୁଙ୍କ ପ୍ରସଙ୍ଗ ନେଇ ହାଇକୋର୍ଟରେ ଏହି ମାମଲା ଦାୟର ହୋଇଛି। ଏହି ରୋଗ ଚହ୍ନଟ ପାଇଁ ପରୀକ୍ଷା ଓ ଚିକିତ୍ସା ବ୍ୟବସ୍ଥା ରାଜ୍ୟରେ ନାହିଁ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମଧ୍ୟ ଏହି ରୋଗୀଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା ନାହିଁ। ଯଦି ଡିଏମଡିରେ ଆକ୍ରାନ୍ତ ଏହି ଶିଶୁଙ୍କୁ ଏଓଏନ ଥେରାପି ଚିକିତ୍ସା ତୁରନ୍ତ ପ୍ରଦାନ କରା ନ ଯାଏ ତେବେ ସେମାନଙ୍କ ବଞ୍ଚିବା କଷ୍ଟ। ମାମଲାରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ବିଜୁ ସ୍ବାସ୍ଥ୍ୟକଲ୍ୟାଣ ଯୋଜନା-ଜାତୀୟ ସ୍ବାସ୍ଥ୍ୟ ମିସନ, ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories