www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଥମ ଥର କଟକ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି

କଟକ: ରାଷ୍ଟ୍ରପତି ହେବା ପରେ ପ୍ରଥମଥର ପାଇଁ କଟକ ଆସୁଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ । ତିନିଦିନିଆ ଓଡିଶା ଗସ୍ତ ପୂର୍ବରୁ ଆଜି କାରକେଡ୍ ରିହରସେଲ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି । ଦିନ ତମାମ କଟକରେ ରହି ରାଷ୍ଟ୍ରପତି ୭ଟି କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରଥମେ ଦେବୀ କଟକଚଣ୍ଡୀଙ୍କ ଦର୍ଶନ କରିବା ପରେ ଶୈଳବାଳା ମହାବିଦ୍ୟାଳୟ ପରିସରରେ ଥିବା ମଧୁ ସଂଗ୍ରହାଳୟ ପରିଦର୍ଶନ କରିବା ପରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟକୁ ବୁଲିବାକୁ ଯିବେ। ଏହାପରେ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଓଡିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ସମାରୋହର ଉଦଯାପନୀ ଉତ୍ସବରେ ଯୋଗ ଦେବା ସହିତ ନ୍ୟାୟିକ ମ୍ୟୁଜିୟମ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। କଟକ ଏସସିବିର ବାର୍ଷିକ ଉତ୍ସବରେ ଯୋଗ ଦେବା ପରେ କଟକସ୍ଥିତ ଜାତୀୟ ଆଇନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ସବୁପ୍ରକାର ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories