www.samajalive.in
Monday, December 8, 2025
24.1 C
Bhubaneswar

ଚଣ୍ଡିମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ଅଧିଷ୍ଠାତ୍ରୀ ଦେବୀଙ୍କ ଦର୍ଶନ କଲେ

କଟକ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଚଣ୍ଡିମନ୍ଦିରରେ ପହଞ୍ଚି ମା’ ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି। ମନ୍ଦିର ନିକଟରେ ହୁଳୁହୁଳିରେ କମ୍ପିଉଠିଲା ପରିବେଶ। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ମଧ୍ୟ ମା’ଙ୍କ ଦର୍ଶନ କରିଛନ୍ତି। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରୋଟୋକଲ୍ ଭାଙ୍ଗି ଲୋକଙ୍କ ସହ କରମର୍ଦନ କରିଛନ୍ତି। ପରେ ରାଷ୍ଟ୍ରପତି ଶୈଳଵାଳା ମହିଳା ମହାବିଦ୍ୟାଳୟରେ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଓ ନେତାଜୀ ସଂଗ୍ରହାଳୟରେ ନେତାଜୀଙ୍କୁ ମାଲ୍ୟାର୍ପଣ କରି ପରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ଚଣ୍ଡିମନ୍ଦିର ନିକଟରେ କଟକବାସୀଙ୍କ ନାହିଁ ନଥିବା ଭିଡ଼ ପରିଲକ୍ଷିତ ହୋଇଛି।

 

- Advertisement -

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories