www.samajalive.in
Sunday, December 7, 2025
15.1 C
Bhubaneswar

‘ରତ୍ନଭଣ୍ଡାରର ମରାମତି ଆବଶ୍ୟକ’

କଟକ : ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାରେ ଏଏସ୍‌ଆଇ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି। ହାଇକୋର୍ଟରେ ସତ୍ୟପାଠ ଦାଖଲ ପରେ ଏଏସ୍‌ଆଇ ଅଧୀକ୍ଷକ କହିଛନ୍ତି ଯେ ଭିତର ଭଣ୍ଡାର କେବେ ବି ଅନୁଧ୍ୟାନ ହୋଇନାହିଁ। ୨୦୧୮ରେ ଶେଷ ଥର ପାଇଁ ବାହାର ଭଣ୍ଡାର ଅନୁଧ୍ୟାନ ହୋଇଥିଲା। ଏବେ ରତ୍ନଭଣ୍ଡାରରକୁ ମରାମତି କରିବାର ଆବଶ୍ୟକତା ରହିଛି । ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାବେଳେ ନିର୍ଦେଶ ଦେଲେ ଯଥାଶୀଘ୍ର ମରାମତି କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ ଅନେକ ବାଦ ବିବାଦ ପରେ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ୍ ହୋଇଛି। ଆସନ୍ତା ବର୍ଷ ରଥଯାତ୍ରାବେଳେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପାଇଁ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଢ଼ିବାକୁ ୪ ଅଗଷ୍ଟରେ ରାଜ୍ୟ ସରକାରଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ସୁପାରିସ୍ ହୋଇଥିଲା। ତେବେ ଏହି ପ୍ରକ୍ରୟା ପରେ ପ୍ରଶ୍ନ ଉଠିଥିଲା। ଏ ନେଇ ମ୍ୟାନେଜିଂ କମିଟି ସଦସ୍ୟ ବି ଆପତ୍ତି କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories