www.samajalive.in
Tuesday, December 9, 2025
17.1 C
Bhubaneswar

ଓଲଟିଲା ଅଟୋ, ୧୦ ଆହତ

କଟକ: ଆଜି ସକାଳେ କଟକ ଜିଲା ନରସିଂହପୁରରେ ଜିଲାରେ ଏକ ଅଟୋ ଓଲଟି ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଆଜି ନରସିଂହପୁର ବ୍ଲକର ଚମ୍ପେଶ୍ୱର ହାଟ ଥିବାବେଳେ ଏକ ଅଟୋରେ ୯ ମହିଳା ସେଠାକୁ ଯାଉଥିଲେ। ମାତ୍ର ଅତ୍ୟଧିକ ଯାତ୍ରୀ ହୋଇ ଅଟୋଟି ଭାରସାମ୍ୟ ହରାଇ ଓଲବ ଘାଟି ରାସ୍ତା ନିକଟରେ ଓଲଟି ପଡ଼ିଥିଲା। ଫଳରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ଲୋକେ ତୁରନ୍ତ ଅଟୋରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ଏହାପରେ ଆମ୍ବୁଲାନ୍ସ ସାହାଯ୍ୟରେ ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଛି। ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିବା ଜଣାପଡ଼ିଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ଅଟୋ ଚାଳକଙ୍କୁ ପଚରାଉଚରା କରୁଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories