www.samajalive.in
Saturday, December 6, 2025
26.1 C
Bhubaneswar

ଦୁର୍ଘଟଣା : ଅଟୋ-ଟ୍ରକ୍‌ ମୁହାଁମୁହିଁ, ଜଣେ ମୃତ

କଟକ : ଏକ ଅଟୋ-ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚଗାଁ ରାସ୍ତାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତିଙ୍କ ନାମ ପ୍ରଭାତ ନାୟକ(୨୫)। ତାଙ୍କ ଘର କଟକ ବୟାଳିସିମୌଜାର ବୋଲି ଜଣାପଡ଼ିଛି। ଆଜି ସକାଳେ ଏକ ଅଟୋରେ ଚାଳକ ସମେତ ୭ଜଣ ଅଟୋରେ ଯାଉଥିଲେ। ଏହି ସମୟରେ ପାଞ୍ଚଗାଁ ରାସ୍ତାରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ଅଟୋର ମୁହାଁମୁହିଁ ହେବାରୁ ଅଟୋଟି ରାସ୍ତା କଡ଼ରେ ମାଛ ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କ ଉପରେ ପଡ଼ିଥିଲା। ମାଛ ବ୍ୟବସାୟୀ ମଧ୍ୟ ଦୁର୍ଘଟଣାରେ ଆହତ ହୋଇଥିଲେ। ଅଟୋରେ ଥିବା ଗୁରୁତରଙ୍କୁ ପ୍ରଥମେ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରଭାତଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୬ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୁଲିସ ଅଟୋ ଓ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories