www.samajalive.in
Friday, December 5, 2025
26.1 C
Bhubaneswar

ଟ୍ରକ୍ ଧକ୍କାରେ ସ୍ତ୍ରୀ ମୃତ, ଅଳ୍ପକେ ବର୍ତ୍ତିଲେ ସ୍ଵାମୀ

କଟକ: କଟକ ଚାଉଳିଆଗଞ୍ଜ ଦୁର୍ଗା ମଣ୍ଡପ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟିରେ ଯାଉଥିବାବେଳେ ଦମ୍ପତ୍ତିଙ୍କୁ ଧକ୍କା ଦେଇଛି ଟ୍ରକ୍ । ଫଳରେ ଘଟଣାସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ଵାମୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଦମ୍ପତ୍ତି ଗତିରାଉତପାଟଣାର ବୋଲି ଜଣାପଡିଛି। ଆଜି ସକାଳୁ ସ୍ଵାମୀ ଏବଂ ସ୍ତ୍ରୀ ସ୍କୁଟି ଯୋଗେ କଟକ ଆସୁଥିବାବେଳେ ଦୁର୍ଗା ମଣ୍ଡପ ନିକଟରେ ଏକ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ସ୍କୁଟି ପଛରେ ବସିଥିବା ମହିଳା ଜଣଙ୍କର ମୃତ୍ୟୁ ଘଟିଥିଲା। ହେଲେ ତାଙ୍କ ସ୍ଵାମୀ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଯାଇଥିଲେ। ଖବର ପାଇଁ ଚାଉଳିଆଗଞ୍ଜ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories