www.samajalive.in
Saturday, December 6, 2025
23.1 C
Bhubaneswar

ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ଦାୟିତ୍ୱ ନେଲେ ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଶ୍ରୀ ବିଷ୍ଣୁପଦ ସେଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ସଂସ୍କୃତି ନିର୍ଦ୍ଦେଶକ ବିଜୟ କୁମାର ନାୟକ, ଅତିରିକ୍ତ ଶାସନ ସଚିବ ଡ. ରାମକୃଷ୍ଣ ସାହୁ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳସଚିବ ଅନନ୍ତ ବିଜୟ ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ସୌଜନ୍ୟମୂଳକ ସାକ୍ଷାତ କରି ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରିଥିଲେ । ଏହି ଅବସରରେ ପ୍ରମୁଖ ଶାସନ ସଚିବ
ଶ୍ରୀ ସେଠୀ ସଂସ୍କୃତି ବିଭାଗ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ହୋଇଥିବାବେଳେ ରାଜ୍ୟର ଐତିହ୍ୟର ସୁରକ୍ଷା ଦିଗରେ ଅନେକ କାର୍ଯ୍ୟ କରିବାକୁ ହେବ ବୋଲି କହିଥିଲେ । ଆଗାମୀ ଦିନରେ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଓ ବିଭିନ୍ନ
କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ ଉପରେ ଗୁରୁତ୍ୱ ପ୍ରଦାନ କରାଯିବ ବୋଲି ସେ କହିଥିଲେ । ଜଣେ ସୁଲେଖକ ଭାବେ ଶ୍ରୀ ସେଠୀଙ୍କ ସୁନାମ ରହିଥିବାବେଳେ ସଂସ୍କୃତି ପ୍ରତି ତାଙ୍କର ଗଭୀର ଅଭିରୁଚି ରହିଛି । ତାଙ୍କ ଲିଖିତ ଇଂରାଜୀ ପୁସ୍ତକ ‘ବିୟଣ୍ଡ ଫିଲିଂସ୍‌’, ‘ମାଇଁ ୱାଲର୍ଡ ଅଫ୍‌ ୱାର୍ଡସ୍‌’ ଓ କବିତା ‘ହୋୟାର ସାଲ୍‌ ଆଇ ଗୋ’ ପ୍ରକାଶିତ ହୋଇଛି । ‘ହୋୟାର ସାଲ୍‌ ଆଇ ଗୋ’ର ଉର୍ଦ୍ଦୁ ଓ ହିନ୍ଦୀରେ ଅନୂଦିତ ହୋଇ ବହୁ ପାଠକୀୟ ଆଦୃତି ଲାଭ କରିଛି ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories