www.samajalive.in
Sunday, December 7, 2025
14.1 C
Bhubaneswar

କ୍ରିକେଟ ବିଶ୍ୱକପ : ଟସ୍ ଜିତି ପାକିସ୍ତାନକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ଇଂଲଣ୍ଡ

ଟ୍ରେଣ୍ଟ୍ ବ୍ରିଜ୍ : ଚଳିତ କ୍ରିକେଟ ବିଶ୍ବକପ୍ରେ ସୋମବାର ଏଠାରେ ଆୟୋଜକ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଲିଗ୍ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଇଂଲଣ୍ଡ ପ୍ରଥମେ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ବର୍ତ୍ତମାନ ୨୦ଓଭର ଶେଷ ସୁଦ୍ଧା ୨ ୱିକେଟ ହରାଇ ୧୧୧ରନ ସଂଗ୍ରହ କରିଛି।
ଚଳିତ ବର୍ଷ କ୍ରିକେଟ ବିଶ୍ୱକପ ମଇ ୩୦ରୁ ଜୁଲାଇ ୧୪ପର୍ୟ୍ୟନ୍ତ ଖେଳାଯିବ। କ୍ରିକେଟ ବିଶ୍ୱକପର ପ୍ରଥମ ମ୍ୟାଚ୍ ଘରୋଇ ଦଳ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଇଂଲଣ୍ଡର ଦି ଓଭାଲ କ୍ରିକେଟ୍ ଷ୍ଠାଡିୟମରେ ଖେଳାଯିବ। ସେହିଭଳି ଜୁନ ୫ରେ ଭାରତ ତାର ପ୍ରଥମ ମ୍ୟାଚରେ ଇଂଲଣ୍ଡର ରୋଜ କ୍ରିକେଟ୍ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଚଳିତ ବିଶ୍ୱ କପ୍ରେ ୧୦ଟି ଦେଶ ଇଂଲଣ୍ଡ, ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ବାଙ୍ଗଳାଦେଶ, ଇଂଲଣ୍ଡ, ଭାରତ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories