www.samajalive.in
Sunday, December 7, 2025
13.1 C
Bhubaneswar

ବଡ଼ଧରଣର ସାଇବର ଲୁଟ୍ ଘଟଣାର ପର୍ଦ୍ଦାଫାଶ: ୨୪ ଗିରଫ

ସମାଜ ଡିଜିଟାଲ ଡେସ୍କ: ବଡ଼ ଧରଣର ସାଇବର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ସିଆଇଡି କ୍ରାଇମବ୍ରାଞ୍ଚ। ଏହି ଘଟଣାରେ ଆନ୍ତଃରାଜ୍ୟ ସାଇବର ଲୁଟ୍‌ର ୨୪ ଜଣଙ୍କୁ ଗିରଫ କରାଯାଇଛି। ହ୍ବାଟ୍ସଆପରେ କୋଟାକ୍ ଇନ୍‌ଭେଷ୍ଟମେଣ୍ଟ କ୍ଲବ୍‌ ଗ୍ରୁପ କରି ୬ କୋଟି ୨୮ ଲକ୍ଷ ଟଙ୍କା ଠକେଇ କରିଥିଲେ ଏହି ସାଇବର ଲୁଟେରା। ୧୦୦ରୁ ଊର୍ଦ୍ଧ୍ବ ବ୍ୟାଙ୍କ ଆକାଉଣ୍ଟରେ ନେଇଯାଇଥିଲେ ଏହି ଲୁଟ୍ ଟଙ୍କା। କ୍ରାଇମବ୍ରାଞ୍ଚ ଗଠନ କରିଥିବା ୭ଟି ଟିମ୍ ତାମିଲନାଡୁରୁ ୯ ଜଣ ଅଭିଯୁକ୍ତ, ଗୁଜରାଟରୁ ୮ ଓ ରାଜସ୍ଥାନରୁ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ତଦନ୍ତ ସମୟରେ ଅଭିଯୁକ୍ତଙ୍କଠାରୁ ଜବତ ହୋଇଥିବା ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରୁ ମୋଟ ୧୬.୮୫ ଲକ୍ଷ ଟଙ୍କା ଫ୍ରିଜ୍ କରାଯାଇଛି। ଅଭିଯୋଗକାରୀଙ୍କୁ ବର୍ତ୍ତମାନସୁଦ୍ଧା ୬.୮୦ ଲକ୍ଷ ଟଙ୍କା ଫେରାଇଛି କ୍ରାଇମବ୍ରାଞ୍ଚ। ଘଟଣାର ତଦନ୍ତ ଜାରି ରହିଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଶ ମିଶ୍ର।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories