www.samajalive.in
Friday, December 5, 2025
23.1 C
Bhubaneswar

ପ୍ରତିଷ୍ଠା ହେବ ୨୦ ସାଇବର ଥାନା: ରୋକାଯିବ ସାଇବର ଓ ଅର୍ଥନୈତିକ ଅପରାଧ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାଇବର ଓ ଅଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦେଶ କ୍ରମେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଭାରତୀୟ ନ୍ୟାୟ ସଂହିତା ୨୨୩ ମୁତାବକ ରାଜ୍ୟ ସରକାର ସାଇବର ଅପରାଧ ଏବଂ ଅର୍ଥନୈତିକ ଅପରାଧ ରୋକିବାକୁ ୨୦ଟି ନୂଆ ଥାନା ପ୍ରତିଷ୍ଠା କରାଯିବ। ଖୋର୍ଦ୍ଧା, ନୟାଗଡ଼, କଟକ ଗ୍ରାମାଞ୍ଚଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ, ଢେଙ୍କାନଳ, ଦେଓଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାରେ ଏହି ଥାନା ପ୍ରତିଷ୍ଠା ହେବ। ଏହି ୨୦ ଜିଲା‌େ‌ର ସାଇବର ଓ ଅର୍ଥନୈତିକ ଅପରାଧ ରୋକିବାରେ ସାଇବର ଥାନା କାମ କରିବ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories