www.samajalive.in
Sunday, December 7, 2025
26.1 C
Bhubaneswar

ମାଡି ଅସୁଛି ଆଉ ଏକ ସାମୁଦ୍ରିକ ଝଡ ’ଅମ୍ଫନ’

ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀ ଆତଙ୍କ ଖେଳାଇଥିବା ବେଳେ ମାଡି ଆସୁଛି ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ସାମୁଦ୍ରିକ ଝଡ ’ଅମ୍ଫନ’ । ବଙ୍ଗୋପସାଗରର ଆଣ୍ଡାମାନ କୂଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ବଳୟ ସୃଷ୍ଟି ହେବା ସହ ୪୮ ଘଣ୍ଟାରେ ଡିପ୍ରେସନ ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଯାହା ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡରେ ପରିବର୍ତ୍ତିତ ହେବ। ଏହାର ନାମ ଅମ୍ଫନ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଡିରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।  ଏହାର ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସମୁଦ୍ର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଓ ନିକୋବର ଦ୍ବୀପରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। ସେ ଦୃଷ୍ଟିରୁ ମଇ ପହିଲାରୁ ୩ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଏହି ଝଡ ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ସମୁଦ୍ରରେ ବର୍ମା ଅଭିମୁଖେ ଯିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ତେବେ ଏହା ଦ୍ୱାରା ଭାରତୀୟ ମୂଳ ଭୂଖଣ୍ଡରେ ବାତ୍ୟା ହେବାର ଆଶଙ୍କା କମ ରହିଛି । ବିଶେଷକରି ଓଡ଼ିଶା, ଆନ୍ଧ୍ର ପ୍ରଭୃତି ରାଜ୍ୟରେ ବାତ୍ୟା ଆଶଙ୍କା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଦେଇଛି । ରାଜ୍ୟର ଅନୂନ୍ୟ ୧୦ଟି ଜିଲ୍ଲାରେ ଆସନ୍ତା  ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ସମ୍ଭାବନା ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ । ଏଥିସହ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

 

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories