www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶାର ବାତ୍ୟା ‘ଅମ୍ପନ’ ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର : ବାୟୁସେନାର ସ୍ବତନ୍ତ୍ର ବିମାନରେ ଶୁକ୍ରବାର ଭୁବନେଶ୍ବର ଏାୟାରପୋର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ଓ ପ୍ରତାପଚନ୍ଦ୍ର ଷଡ଼ଙ୍ଗୀ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ପରେ ହେଲିକାପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ବାତ୍ୟା ‘ଅମ୍ପନ’ରେ ପ୍ରଭାବିତ ହୋଇଥିବା ଅଞ୍ଚଳ ପରିଦର୍ଶନରେ ବହାରିଥିଲ। ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ସାମିଳ ଅଛନ୍ତି। ଏହାପରେ ସନ୍ଧ୍ୟାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଓଡ଼ିଶା ସବୁବେଳେ ପ୍ରାକୃତିକ ବପର୍ଯ୍ୟୟର ସମ୍ମୁଖୀନ ହେଉଥିବାରୁ ଫୋକସ ଷ୍ଟେଟ ମାନ୍ୟାତା ପାଇଁ ଦାବି କରିପାରେ ବୋଲି ଜଣାଯାଇଛି ।

ସୂଚନା ଅନୁଯାୟୀ,  ବାତ୍ୟାର ଦିନକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ଗସ୍ତ କରି ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାବୁଲ ସୁପ୍ରିୟୋ, ପ୍ରତାପଚନ୍ଦ୍ର ଷଡ଼ଙ୍ଗୀ ଏବଂ ଦେବାଶ୍ରୀ ଚୌଧୁରୀ ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆକାଶମାର୍ଗରୁ ସ୍ଥିତି ନିରୀକ୍ଷଣ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମମତାଙ୍କ ସହିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ପରେ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗ ପାଇଁ ଅଗ୍ରିମ ୧ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରିଥିଲେ। ରାଜ୍ୟ ପକ୍ଷରୁ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରାଯିବା ପରେ ଅଧିକ ସହାୟତା ପ୍ରଦାନ କରାଯିବ ବୋଲି ମୋଦୀ କହିଥିଲେ। ଏହା ସହିତ ବାତ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ମୋଦୀ କହିଥିଲେ ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories