www.samajalive.in
Monday, December 15, 2025
24.1 C
Bhubaneswar

୧୦ ତାରିଖ ସଂଧ୍ୟାରୁ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ବାତ୍ୟା ‘ଅସାନି’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୦ ତାରିଖ ସଂଧ୍ୟାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ୧୦ରୁ ୧୨ ତାରିଖ ସକାଳ ଯାଏ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି । ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ୧୦ ତାରଖରେ ପ୍ରବଳ ବର୍ଷା ହେବାନେଇ କହିଛି ବିଭାଗ । ଏଥିସହିତ ୧୧ ତାରଖରେ ମଧ୍ୟ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ କୁହାଯାଇଛି । କଟକ, ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବ ।  ଆସନ୍ତାକାଲିଠୁ ୧୧ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ  । ତାହାଛଡ଼ା ରାଜ୍ୟର ୪ ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ ଜାରି କରାଯାଇଛି । ବାତ୍ୟା ‘ଅସାନି’ ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ସୂଚନା ଦିଆଯାଇଛି । ଏଥିସହିତ ୧୧ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ବାତ୍ୟାର ପ୍ରଭାବ ଅନୁଭୂତ ହେବ ବୋଲି କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories