www.samajalive.in
Saturday, December 13, 2025
26.1 C
Bhubaneswar

୪କିମି ବେଗରେ ଗତି କରୁଛି ବାତ୍ୟା ଅସାନି

ଡେସ୍କ: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅସାନି ଏବେ ଗୋପାଳପୁର ଠାରୁ ଦକ୍ଷିଣ-ପଶ୍ଚିମରେ ୫୦୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୨୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ବାତ୍ୟା ଅସାନି ବର୍ତମାନ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଘଣ୍ଟା ପ୍ରତି ୪କିମି ବେଗରେ ଗତି କରୁଛି।

ଏହା ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି ଆଜି ସନ୍ଧ୍ୟା ସୁଦ୍ଧା ନରସପୁର, ୟାନାମ, କାକିନାଡ଼ା, ଟୁନି ଏବଂ ବିଶାଖାପାଟନମ ଉପକୂଳ ଦେଇ ଗତି କରିବା ସହ ଆଜି ରାତ୍ରି ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଉତ୍ତର-ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହା ୧୨ ତାରିଖ ସକାଳ ସୁଦ୍ଧା ଆହୁରି ଦୁର୍ବଳ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

- Advertisement -

ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଅଳ୍ପ କେତେକ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ କାର୍ଯ୍ୟାଳୟ ସୂଚନା ଦେଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories