www.samajalive.in
Friday, December 5, 2025
17.1 C
Bhubaneswar

ବାତ୍ୟା ଅସନି ପ୍ରଭାବ: ଆଣ୍ଡାମାନର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା, ଏବେ ଅବପାତ ନେଉଛି ବାତ୍ୟାର ରୂପ

ନୂଆଦିଲ୍ଲୀ – ଆଣ୍ଡାମାନ ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୀତ ହେବା ସହ ଗଭୀର ଅବପାତର ରୂପ ଧାରଣ କରିଛି । ଏହାର ପ୍ରଭାବରେ ଆଣ୍ଡାମାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି । ଧୀରେ ଧୀରେ ଏହା ଘନୀଭୂତ ହେବା ସହ ସୋମବାର ରାତି ସୁଦ୍ଧା ଏହା ବାତ୍ୟା (CYCLONE) ର ରୂପ ଧାରଣ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଣ୍ଡାମାନ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହାର ପାରିପାର୍ଶ୍ୱିକ ଅବସ୍ଥା ଅଧିକ ଘନୀଭୂତ କରିବା ପାଇଁ ସହାୟତା କରିଥିଲା । ପରେ ଏହା ଗଭୀର ଅବପାତରେ ପରିଣତ ହେବା ସହ ଦ୍ୱୀପ ପୁଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା।

- Advertisement -

ଏହି ବାତ୍ୟ ଆଣ୍ଡାମାନ ଉପରେ ମିଆଁମାର ଆଡକୁ ଗତି କରିବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ମିଆଁମାର ଏବଂ ଦକ୍ଷିଣ ବାଂଲାଦେଶ ନିକଟରେ ସ୍ଥଳଭାଗ ସ୍ପର୍ଶ କରିପାରେ । ଏହାର ପ୍ରଭାବରେ ମିଆଁମାର ଏବଂ ବାଂଲାଦେଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୩ ତାରିଖ ସକାଳେ ଏହା ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories