ଭୀଷଣ ବାତ୍ୟାରେ ପରିଣତ ହେଲା ଅସାନି, ପୁରୀ ଠାରୁ ୮୮୦ କିମି ଦୂରରେ କେନ୍ଦ୍ରୀଭୂତ

ଡେସ୍କ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଗତ ୬ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୪ କିମି ବେଗରେ ଗତି କରି ବିଶାଖାପାଟନମ ଠାରୁ ୯୦୦ କିମି ଏବଂ ପୁରୀ ଠାରୁ ୮୮୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏହା ୧୦ ତାରିଖ ସନ୍ଧ୍ୟା ବେଳକୁ ଓଡିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଗତିପଥ ପରିବର୍ତ୍ତନ କରି ସମୁଦ୍ର ମଧ୍ୟରେ ଓଡିଶା ଉପକୂଳ ମୁହାଁ ହେବ।

ଏହାର ପ୍ରଭାବରେ ୧୦ ତାରିଖ ସନ୍ଧ୍ୟା ପରଠାରୁ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗଞ୍ଜାମ, ଗଜପତି ଏବଂ ପୁରୀ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା ପରଦିନ ଅର୍ଥାତ ୧୧ ତାରିଖରେ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ସହ ଗଞ୍ଜାମ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଏବଂ କଟକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Comments are closed.