www.samajalive.in
Sunday, December 7, 2025
23.1 C
Bhubaneswar

ବାତ୍ୟା ପାଇଁ ୩ ଦିନ ବନ୍ଦ ରହିବ ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ବର : ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଦାନା’ ପାଇଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ଜିଲା ଗୁଡିକର ବିଶ୍ବବିଦ୍ୟାଳୟ, ଘରୋଇ ବିଶ୍ବବିଦ୍ୟାଳୟ, ସରକାରୀ ଡିଗ୍ରୀ ମହାବିଦ୍ୟାଳୟ, ଘରୋଇ ମହାବିଦ୍ୟାଳୟ ଏବଂ ଶିକ୍ଷକ ପ୍ରଶିକ୍ଷଣ ଶିକ୍ଷାନୁଷ୍ଠାନ ଗୁଡିକୁ ଛୁଟି ଘୋଷଣା କରାଯାଇଛି। ଆଜିଠାରୁ ୨୫ତାରିଖ ପର୍ଯ୍ୟନ୍ତ ଏହି ଛୁଟି ଘୋଷଣା କରାଯାଇଥିବା ମଙ୍ଗଳବାର ବିଶ୍ବବିଦ୍ୟାଳୟର ସ୍ନାତକତ୍ତୋର ପରିଷଦ ଅଧ୍ୟକ୍ଷ ଏବଂ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗ ଅବଗତ କରିଛି। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲାରେ ଥିବା ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ ମହାବିଦ୍ୟାଳୟଗୁଡ଼ିକ ବନ୍ଦ ରହିବ। ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲାର ଡିଗ୍ରୀ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ଗୁଡ଼ିକ ୩ଦିନ ପାଇଁ ଛୁଟି ଘୋଷଣା କରିଥିବା ସ୍ବତନ୍ତ୍ର ରିଲିଫ ଆୟୁକ୍ତ (ଏସ୍‌ଆରସି) ଦେଓରଞ୍ଜନ ସିଂ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେହିଭଳି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ଜିଲାର ବୃତ୍ତିଗତ ଓ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକ ମଧ୍ୟ ଏହି ଅବଧି ଭିତରେ ବନ୍ଦ ରହିବ। ଏନେଇ ବିଭାଗ ପକ୍ଷରୁ ବିପିୟୁଟି, ଓୟୁଟିଆର, ଡିଟିଇ ଆଣ୍ଡ ଟି କଟକ, ଆଜିଆଇଟି ସାରଙ୍ଗ, ବିପିଏଫଟିଆଇଓ କଟକ ନିର୍ଦେଶକ, ପିଏମଇସି ବ୍ରହ୍ମପୁର, ଜିସିଇ କେନ୍ଦୁଝର, ଆଇଏମଆଇଟି କଟକ, ସିଆଇଏମଇ ଭୁବନେଶ୍ବର ଅଧ୍ୟକ୍ଷଙ୍କୁ ଅବଗତ କରାଯାଇଛି। ବୃତ୍ତିଗତ ବୈଷୟିକ ଶିକ୍ଷାନୁଷ୍ଠାନ, ପଲିଟେକନିକ୍ ଏବଂ ଆଇଟିଆଇ ଶିକ୍ଷାନୁଷ୍ଠାନଗୁଡିକୁ ଛୁଟି ଘୋଷଣା କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories