www.samajalive.in
Sunday, December 7, 2025
16.1 C
Bhubaneswar

ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟାର ରୂପ ନେଇ ମାଡି ଆସୁଛି। ଓଡ଼ିଶା ଉପକୂଳ ଭିତରକନିକା-ଧାମରା ମଧ୍ୟରେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ରହିଛି। ୨୪ତାରିଖ ରାତି ଓ ୨୫ତାରିଖ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା। ସ୍ଥଳଭାଗ ଛୁଇଁବା ବେଳେ ୧୧୦ରୁ ୧୨୦ କି.ମି ବେଗରେ ପବନ ବହିବ। ବାତ୍ୟା ପ୍ରଭାବରେ ଆଜି ସନ୍ଧ୍ୟାରୁ ଉପକୂଳରେ ପ୍ରବଳ ବର୍ଷା ଆରମ୍ଭ ହେବ।

- Advertisement -

ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, ପୁରୀ ଓ ପାଶ୍ୱବର୍ତ୍ତୀ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୨୪ତାରିଖରେ ଅତି ପ୍ରବଳ ବର୍ଷା ନେଇ ୪ଜିଲା ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଓ ଭଦ୍ରକ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୨୫ ତାରିଖରେ ମଧ୍ୟ ବର୍ଷା ପ୍ରଭାବ ରହିବ। ଆସନ୍ତା ୨୬ ତାରିଖରୁ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେପଟେ ବାତ୍ୟା ‘ଦାନା’ ପାଇଁ ତିନୋଟି ବିମାନ ବନ୍ଦର ପାରାଦ୍ୱୀପ, ଧାମରା ଓ ପୁରୀକୁ ୪ନଂ ବିପଦ ସଙ୍କେତ ଜାରି ହୋଇଛି।

 

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବଟ୍ଟ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories