www.samajalive.in
Saturday, December 6, 2025
14.1 C
Bhubaneswar

୧୨ କିମି ବେଗରେ ଆସୁଛି ବାତ୍ୟା

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସ୍ଥଳଭାଗ ମୁହାଁ ହେଉଛି। ପାରାଦୀପଠାରୁ ବାତ୍ୟା ୨୬୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୮୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି। ତେଣୁ ଗୁରୁବାର ବିଳମ୍ବିତ ରାତିରୁ ଶୁକ୍ରବାର ଭୋର ସମୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ବାତ୍ୟା ପ୍ରଭାବରରେ ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲା ସବୁଠୁ ଅଧିକ ପ୍ରଭାବିତ ହେବାକୁ ଥିବାରୁ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକରେ ଲୋକଙ୍କ ନିରାପତ୍ତାକୁ ଗୁରୁତ୍ଵ ଦିଆଯାଇଛି। ଚାଳଛପର ଓ ଆଜବେଷ୍ଟର ଘରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଇ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories