ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ସବୁ ଡାକ୍ତରଙ୍କ ଛୁଟି ବାତିଲ୍
ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ଦାନା’ଯୋଗୁଁ ସବୁ ଡାକ୍ତରଙ୍କ ଛୁଟି ବାତିଲ୍ କରାଯାଇଛି । ଏନେଇ ମଙ୍ଗଳବାର ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ସୂଚନା ଦେଇଛନ୍ତି । ଡାଇରିଆ ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ହସ୍ପିଟାଲରେ ୨୪ ଘଣ୍ଟିଆ ପାୱାର ବ୍ୟାକ୍ ଅପ୍ ରଖିବାକୁ କୁହାଯାଇଛି । ବାତ୍ୟା ପ୍ରଭାବିତ ଅଞ୍ଚଳରେ ଟିମ୍ ପଠାଯାଇ ସେବା ଦିଆଯିବ । ରାଜ୍ୟ ଓ ବ୍ଲକ ସ୍ତରରେ ରୁମ୍ କରି ମନିଟର କରାଯାଉଛି । କାଲିଠାରୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି ବୋଲି କହିଛନ୍ତି ।
ସମ୍ଭାବ୍ୟ ବାତ୍ୟା ପ୍ରଭାବ; ବୁଧବାର ସନ୍ଧ୍ୟାରୁ ଏହି ଜିଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା..
Comments are closed.