www.samajalive.in
Saturday, December 6, 2025
17.1 C
Bhubaneswar

ବାତ୍ୟା ‘ଦାନା’ ପ୍ରଭାବ; ଗୁରୁବାର ଠାରୁ ଏହି ଜିଲାରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲାରେ ବହିବ କେତେ ପବନ..

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ ଆଜି ରାତିରୁ ପାଗରେ ପରିବର୍ତ୍ତନ ହେବ। ଆଜି ଉପକୂଳ ଓଡିଶାରେ ବର୍ଷା ସହ ପବନର ବହିବା ସମ୍ଭାବନା ରହିଛି । କିଛି ସ୍ଥାନରେ ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଗୁରୁବାର ଅର୍ଥାତ୍‌ ଅକ୍ଟୋବର ୨୪ ତାରିଖରେ ୭ ଜିଲାରେ ପ୍ରବଳ ବର୍ଷିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଏହି ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷିବ । କିଛି ସ୍ଥାନରେ ୨୦ ରୁ ୩୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୬ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲାକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଦୀପାବଳିରେ ରାଶି ଅନୁଯାୟୀ କରନ୍ତୁ ଏସବୁ ଦାନ: ମିଳିବ ମା’ଲକ୍ଷ୍ମୀଙ୍କ କୃପା, ଦୂର ହେବ ସମସ୍ୟା..

- Advertisement -

ଅକ୍ଟୋବର ୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା ସହ ପବନର ବେଗ ବଢିବ । ବାତ୍ୟା ‘ଦାନା’ ସ୍ଥଳଭାଗ ସ୍ପର୍ଶ କରିବା ସମୟରେ ପବନର ବେଗ ୧୧୦ ରହିବ । ଜଗତସିଂହପୁର ଓ ଭଦ୍ରକରେ ୧୧୦ କିମି ବେଗରେ ପବନ ବହିବ ।ବାଲେଶ୍ୱର ଓ କେନ୍ଦୁଝରରେ ୧୧୦ କିମି ରହିବ ପବନର ବେଗ ।ମୟୁରଭଞ୍ଜରେ ୮୦ ରୁ ୯୦ କିମି ରହିବ ପବନର ବେଗ ।ପୁରୀ ଓ କଟକରେ ୬୦-୮୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଯାଜପୁର, ଖୋର୍ଦ୍ଧା, ଭୁବନେଶ୍ୱରରେ ୬୦-୭୦ ବେଗରେ ପବନ ବହିବା ସମ୍ଭାବନା ରହିଛି । ଢେଙ୍କାନାଳ ଓ କେନ୍ଦୁଝରରେ ୬୦ ରୁ ୭୦ କିମି ବେଗରେ ପବନ ବହିବ ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories