www.samajalive.in
Monday, December 15, 2025
24.1 C
Bhubaneswar

୩୦ରେ ଏଇଠି ସ୍ଥଳଭାଗ ଛୁଇଁବ ବାତ୍ୟା ଡିଟୱାହ

ସମାଜଲାଇଭ ଡେସ୍କ: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ଡିଟୱାହ ଆସନ୍ତା ୩୦ ତାରିଖରେ ସ୍ଥଳଭାଗ ଛୁଇଁବ। ଉତ୍ତର ତାମିଲନାଡୁ, ପୁଡୁଚେରୀ ଏବଂ ଦକ୍ଷିର ଆନ୍ଧ୍ରପ୍ରଦେଶର ଉପକୂଳରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଉଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଶୁକ୍ରବାର ପୂର୍ବାହ୍ନରେ ଘୂର୍ଣ୍ଣିଝଡ଼ ଶ୍ରୀଲଙ୍କା ଉପକୂଳ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଅବସ୍ଥିତ ଥିଲା। ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିଛି। ବାତ୍ୟା ପ୍ରଭାବରେ ପ୍ରବଳ ପବନ ଏବଂ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତ ପାଣିପାଗ ବିଭାଗ (IMD) ସତର୍କତା ଜାରି କରିଛି। ୨୮ ଏବଂ ୨୯ ନଭେମ୍ବରରେ ତାମିଲନାଡୁର କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ। ଡିସେମ୍ବର ୧ ପର୍ଯ୍ୟନ୍ତ ଅନ୍ୟାନ୍ୟ ଜିଲ୍ଲା ଏବଂ ଆନ୍ଧ୍ର ପ୍ରଦେଶର କିଛି ଅଂଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଉପକୂଳ ଅଞ୍ଚଳ ପାଇଁ ଲାଲ ଏବଂ କମଳା ସତର୍କତା ଜାରି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଅଞ୍ଚଳରେ ପ୍ରବେଶ ନ କରିବାକୁ ଏବଂ କୂଳକୁ ଫେରିବାକୁ ପରାମର୍ଶ ଦିଆଯାଇଛି। ବାସିନ୍ଦାମାନଙ୍କୁ ଘର ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories