www.samajalive.in
Monday, December 15, 2025
24.1 C
Bhubaneswar

ଆରମ୍ଭ ହେଲା ବାତ୍ୟା ’ଗୁଲାବ’ର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା

ଭୁବନେଶ୍ବର: ଆରମ୍ଭ ହେଲା ବାତ୍ୟା ‘ଗୁଲାବ’ର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା। ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ନେଇ ଭାରତୀୟ ପାଣିପାଗ ବିଭାଗର ସୂଚନା। ମଧ୍ୟ ରାତ୍ରୀ ଯାଏଁ ଚାଲିବ ବାତ୍ୟା ’ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ନେଇ ଆଇଏମ୍‌ଡି ନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ ବାତ୍ୟା ‘ଗୁଲାବ’ର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ୩ ଘଣ୍ଟା ଧରି ଚାଲିବ। କଳିଙ୍ଗପଟ୍ଟମଠାରୁ ୨୫ କିଲୋମିଟର ଦୂରରେ ଏହା ଉପକୂଳ ଅତିକ୍ରମ କରିବ। ପୂର୍ବ ଆକଳନ ଅନୁଯାୟୀ, ବାତ୍ୟା ଗୁଲାବ ଉପକୂଳ ଛୁଇଁବା ବେଳେ ପବନର ବେଗ ଘଣ୍ଟାକୁ ୭୫ରୁ ୮୫ କିମି ରହିବ। ପବନର ବେଗ ବଢ଼ି ଅତିବେଶୀରେ ଘଣ୍ଟା ପ୍ରତି ୯୫ କିମି ରହିପାରେ। ବର୍ତ୍ତମାନ ପୁରୀରେ ଘଣ୍ଟା ପ୍ରତି ୩୧ କିଲୋମିଟର ବେଗରେ ପବନ ବୋହୁଥିବାବେଳେ ଗୋପାଳପୁରରେ ଘଣ୍ଟା ପ୍ରତି ୨୬ କିଲୋମିଟର ବେଗରେ ପବନ ବୋହୁଛି। ବାତ୍ୟା ଉପକୂଳ ନିକଟକୁ ଯେତେ ଅଧିକରୁ ଅଧିକ ଆସିବ ପବନର ବେଗ ସେତେ ବଢିବ। ପୂର୍ବ ପୂର୍ବାନୁମାନ ମୁତାବକ ପବନର ବେଗ ସର୍ବାଧିକ ୭୫ରୁ ୮୫ କିଲୋମିଟର ବେଗ ରହିପାରେ। ସମୟ ସମୟରେ ୯୫ କିଲୋମିଟର ବେଗରେ ଝଟକା ଅନୁଭୁତ ହେବ । ଗଞ୍ଜାମ ଓ ଗଜପତିରେ ସର୍ବାଧିକ ପ୍ରଭାବ ପକାଇପାରେ ବୋଲି ସେ କହିଛନ୍ତି।

- Advertisement -

ବାତ୍ୟା ’ଗୁଲାବ’ର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ନେଇ ଏସଆରସି ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ଯେ ସନ୍ଧ୍ୟା ୬ଟାରୁ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ଏହି ପକ୍ରିୟା ରାତି ୯ଟା ପର୍ଯ୍ୟନ୍ତ ଜାରି ରହିବ। ବାତ୍ୟା ’ଗୁଲାବ’ର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ସମୁଦାୟ ୩ଘଣ୍ଟା ଧରି ଚାଲିବ। ବାତ୍ୟା ‘ଗୁଲାବ’ର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିଥିବାବେଳେ ଜନସାଧାରଣ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ଗୋପାଳପୁର ବନ୍ଦର ପାଇଁ ବିପଦ ସଙ୍କେତ ୭ , ପୁରୀ ପାଇଁ ବିପଦ ସଙ୍କେତ ୬ ଓ ପାରାଦ୍ୱୀପ ଏବଂ ଧାମରା ବନ୍ଦର ଗୁଡିକ ପାଇଁ ବିପଦ ସଙ୍କେତ ୩ ଜାରି କରାଯାଇଛି।

Hot this week

ରାତିରେ ସ୍ଵେଟର ଏବଂ ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories