www.samajalive.in
Thursday, December 11, 2025
23.1 C
Bhubaneswar

ବାତ୍ୟା ସମ୍ଭାବନା: ଆଗୁଆ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦେଶ ଦେଲେ ସ୍ବତନ୍ତ୍ର ରିଲିଫ ଆୟୁକ୍ତ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସାମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ଉନ୍ନୟନ ଆୟୁକ୍ତ ତଥା ସ୍ୱତନ୍ତ୍ର ରିଲିଫ ଆୟୁକ୍ତ(ଏସଆରସି) ପ୍ରଦୀପ କୁମାର ଜେନା ସମୀକ୍ଷା କରିଛନ୍ତି। ଆଜି ପୁଲିସ, ଅଗ୍ନିଶମ, ଓଡ୍ରାଫ, ଏନ୍‌ଡିଆର୍‌ଏଫ୍‌ ଅଧିକାରୀଙ୍କ ସହ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା ଆଲୋଚନା କରିଛନ୍ତି। ଜିଲାପାଳ ଓ ଏସ୍‌ପିମାନଙ୍କ ସହ କଥା ହୋଇ ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା ଜିଲାପାଳମାନଙ୍କୁ ଆଗୁଆ ପଦକ୍ଷେପ ନେବା ପାଇଁ ନିର୍ଦେଶ ଦେଇଛନ୍ତି। ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଏ ଯାଏ ବାତ୍ୟା ସ୍ପଷ୍ଟ ହୋଇନାହିଁ। ଏ ଯାଏ ବାତ୍ୟାର ସ୍ଥିତି ଓ ରୂପରେଖ ଅନୁମାନ କରାଯାଇନି। ୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ରୂପରେଖ ଜଣାପଡ଼ିବ। ତେବେ ଆଗୁଆ ପଦକ୍ଷେପ ସ୍ବରୂପ ଜିଲାପାଳ ଓ ଏସ୍‌ପିମାନଙ୍କ ସହ ବୈଠକ କରାଯାଇଛି। ସାମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତି କରିବାକୁ ଜିଲାପାଳମାନଙ୍କୁ କୁହାଯାଇଛି ବୋଲି ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା ପ୍ରକାଶ କରିଛନ୍ତି।

file photo

ଏସଆରସି ପ୍ରଦୀପ କୁମାର ଜେନା କହିଛନ୍ତି ଯେ ଏକ ପ୍ରାକ୍ ମଡେଲ୍‌କୁ ଆକଳନ ଅନୁସାରେ ଉତ୍ତର ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରର ପୂର୍ବ-କେନ୍ଦ୍ରୀୟ ଭାଗରେ ୨୨ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାକି ୨୫ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଯଦି ଏହା ବାତ୍ୟାର ରୂପ ନିଏ ତା’ହେଲେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୬ତାରିଖ ସନ୍ଧ୍ୟାରେ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। କିନ୍ତୁ ଏହି ଲଘୁଚାପର ସ୍ଥିତି ଓ ରୂପରେଖ କ’ଣ ହେବ, ତାହା ପ୍ରକୃତରେ ବାତ୍ୟାର ରୂପ ନେବକି ନାହିଁ, ଯଦି ନେବ କେଉଁ ଦିଗରେ ଗତି କରିବ ଓ କେଉଁଠି ଲ୍ୟାଣ୍ଡଫଲ୍ କରିବ ସେ ନେଇ ଏପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ କୌଣସି ଆକଳନ କରିନାହିଁ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories