www.samajalive.in
Friday, December 5, 2025
23.1 C
Bhubaneswar

ସୃ‌ଷ୍ଟି ହେଲା ବାତ୍ୟା ‘ଡିଟୱା’

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ କେନ୍ଦ୍ରୀଭୂତ ଗଭୀର ଅବପାତ ଆଜି ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ ‘ଡିଟୱା’ ରହିଛି। ଉକ୍ତ ସାମୁଦ୍ରିକ ଝଡ଼ର ନାମକରଣ ୟେମେନ ଦେଶ କରିଛି। ଅନ୍ୟପଟେ ବାତ୍ୟା ‘ସେନ୍ୟାର’ ଆସନ୍ତା ୧୨ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନାନୁସାରେ, ବାତ୍ୟା ଡିଟୱା ଘନୀଭୂତ ହୋଇ ଆସନ୍ତା ୩୦ତାରିଖ ସକାଳ ବେଳକୁ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଯାଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ୧ ତାରିଖ ପର୍ଯ୍ୟନ୍ତ ତାମିଲନାଡୁରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୩୦ତାରିଖରେ ଉପକୂଳ ଆନ୍ଧ୍ରପ୍ରଦେଶ ଓ ରୟାଲସୀମା‌େ‌ର ପ୍ରବଳ ବର୍ଷା ହୋଇପାରେ। ତେବେ ଓଡ଼ିଶାରେ ଏହାର କୌଣସି ପ୍ରଭାବ ପଡ଼ିବା ସମ୍ଭାବନା ନାହିଁ ବୋଲି ଅନୁମାନ କରାଯାଉଛି।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories