www.samajalive.in
Monday, December 15, 2025
14.1 C
Bhubaneswar

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା: ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା ରହିଛି । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଫଳରେ ବାତ୍ୟା ହେବା ନେଇ ଆଶଙ୍କା ବୃଦ୍ଧି ପାଇଛି । ଆସନ୍ତାକାଲି ବେଳକୁ ଅବପାତରେ ପରିଣତ ହୋଇପାରେ । ପରରବର୍ତ୍ତୀ ୪୮ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି ।

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ମାଲାକ୍କା ସମୁଦ୍ର ଅଞ୍ଚଳ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଅଧିକ ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ଆହୁରି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି। ଭାରତ ପାଣିପାଗ ବିଭାଗ ଏନେଇ ସ୍ପଷ୍ଟ କରିଛି। କିଛି ଘରୋଇ ପାଣିପାଗ ସଂସ୍ଥା ଲଘୁଚାପ ଭୀଷଣ ବାତ୍ୟା ରୂପ ନେବ ବୋଲି ଆକଳନ କରିଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ଭାରତ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ସଂକ୍ରାନ୍ତରେ କିଛି ସୂଚନା ଦିଆଯାଇ ନାହିଁ। ସମ୍ଭାବ୍ୟ ବାତ୍ୟା ଉପରେ ମଡେଲ ଗୁଡ଼ିକର ଆକଳନ ଭିନ୍ନ ରହିଛି। ବାତ୍ୟାର ଗତିପଥ ଏବଂ ତୀବ୍ରତା ନେଇ ସ୍ପଷ୍ଟତା ଆସିପାରୁ ନାହିଁ। ସମୁଦ୍ର ଭିତରେ ବାଂଲାଦେଶ ଓ ମିଆଁମାର ଆଡ଼କୁ ଗତି କରିବ। ଫଳରେ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବନି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories