www.samajalive.in
Sunday, December 7, 2025
26.1 C
Bhubaneswar

ଓଡିଶାକୁ ନାହିଁ ବାତ୍ୟା ଭୟ

ଭୁବନେଶ୍ୱର :ଓଡିଶାକୁ ବାତ୍ୟା ଭୟ  ନାହିଁ। ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର  ଏନେଇ ଆଜି ସୂଚନା ଦେଇଛନ୍ତି। ଓଡିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡିବ ନାହିଁ। ବାତ୍ୟାର ପ୍ରଭାବ ନପଡିବା ସହ ପବନ କି ବର୍ଷା ହେବାର ସମ୍ଭବାନା ନାହିଁ।
ଏହାସହ ୨୩ ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ। ଗତକାଲି ସନ୍ଧ୍ୟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୧୯ ସୁଦ୍ଧା ଆଣ୍ଡାମାନ ସାଗରରେ ୱେଲମାର୍କ ଲୋ-ପ୍ରେସର ରୂପ ନେବ। କାଳ କ୍ରମେ ଦିଗ ବଦଳାଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ୨୦ରେ ଅବପାତ ଓ ୨୧ରେ ବାତ୍ୟାର ରୂପ ନେବା ନେଇ ସମ୍ଭାବନା ରହିଛି। ବାତ୍ୟା ଆକାରରେ ଆସନ୍ତା ୨୩ ସନ୍ଧ୍ୟାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ କହିଛନ୍ତି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories