www.samajalive.in
Friday, December 5, 2025
23.1 C
Bhubaneswar

‘ବିପର୍ଯ୍ୟୟ’ ପରିଚାଳନା ପାଇଁ ୮ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ

ନୂଆଦିଲ୍ଲୀ : ‘ବିପର୍ଯ୍ୟୟ’ ପରିଚାଳନା ପାଇଁ ୩ ନୂଆ ଯୋଜନା କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନୂଆଦିଲ୍ଲୀର ବିଜ୍ଞାନ ଭବନରେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସହ ଏକ ବୈଠକରେ ଏହି ତିନୋଟି ଯୋଜନା ଘୋଷଣା କରାଯାଇଛି। ଏଥିପାଇଁ ୮୦୦୦ କୋଟିରୁ ଅଧିକ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ବିପର୍ଯ୍ୟୟର ତୀବ୍ରତା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସବୁ ପାଇଁ ଆମକୁ ପ୍ରସ୍ତୁତ ରହିବାକୁ ପଡ଼ିବ। ଯେଉଁ ରାଜ୍ୟରେ ଆଣବିକ ଶକ୍ତି କେନ୍ଦ୍ର ସ୍ଥାପନ କରାଯାଉଛି, ଜରୁରୀକାଳୀନ ପରିସ୍ଥିତିରେ ସେମାନଙ୍କୁ କଠୋର ପ୍ରୋଟୋକଲ ଦିଆଯାଇଛି। ଏହି ଯୋଜନାଗୁଡିକ ବିଷୟରେ ସୂଚନା ଦେଇ ଶାହା କହିଛନ୍ତି ଆଧୁନିକ ସେବା ତଥା ରାଜ୍ୟରେ ଏହାର ବିସ୍ତାର ପାଇଁ ୫୦୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ମୁମ୍ବାଇ, ଚେନ୍ନାଇ, କୋଲକାତା, ବେଙ୍ଗାଲୁରୁ, ହାଇଦ୍ରାବାଦ, ଅହମଦାବାଦ ଏବଂ ପୁଣେ ଭଳି ସହରରେ ବନ୍ୟା ପରିସ୍ଥିତି ହ୍ରାସ ପାଇଁ ୨୫୦୦ କୋଟି ଟଙ୍କା ବ୍ୟବହାର କରାଯିବ। ଜାତୀୟ ଭୂସ୍ଖଳନ ବିପଦ ହ୍ରାସ ଯୋଜନା ଅଧୀନରେ ୧୭ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୮୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ଆରବ ସାଗରରେ ପ୍ରବଳ ଘୂର୍ଣ୍ଣିବଳୟ ବିପରଜୟ ଗୁଜରାଟ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟ-କେନ୍ଦ୍ର ସରକାର ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories