www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଗୁଜୁରାଟ ଉପକୂଳ ଛୁଇଁବ ‘ବିପର୍ଯ୍ୟୟ’

ଗାନ୍ଧୀନଗର : ବାତ୍ୟା ‘ବିପର୍ଯ୍ୟୟ ’ ଆଜି ଗୁଜରାଟ ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସୂଚନାଅନୁସାରେ, ଉପକୂଳ ଛୁଇଁବାବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୩୫ କିଲୋମିଟର ରହିବ। ବାତ୍ୟା ‘ବିପର୍ଯ୍ୟୟ’ ସମୁଦ୍ରରେ ଦୁର୍ବଳ ହୋଇ ଅତି ଭୀଷଣ ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଥିଲେ ବି ଉପକୂଳ ଛୁଇଁଲାବେଳେ ବ୍ୟାପକ କ୍ଷୟକ୍ଷତି ଘଟାଇବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୌରାଷ୍ଟ୍ର ଏବଂ କଚ୍ଛ ଉପକୂଳ ପାଇଁ ରେଡ ଆଲର୍ଟ ଜାରି କରାଯାଇଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ବାତ୍ୟାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରସ୍ତୁତ ଜୋରସୋର ଚାଲିଛି। ଅଦ୍ୟାବଧି ୫୦ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା ସହିତ ୭୬ଟି ଟ୍ରେନ୍ ବାତିଲ କରାଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories