www.samajalive.in
Saturday, December 6, 2025
15.1 C
Bhubaneswar

ବାତ୍ୟା ପାଇଁ ଛୁଟି ବାତିଲ୍‌‌ , ୨୨ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାମାନଙ୍କୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ୨୩ ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ଛାଡିବା ମନା ହୋଇଛି।
ସମ୍ଭାବ୍ୟ ବାତ୍ୟା ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ତାରିଖ ଠାରୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିଥିବାରୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ଥିବା ସହ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଅଶାନ୍ତ ରହିବ। ବାତ୍ୟାର ନାମ ସି-ତ୍ରାଙ୍ଗ ବୋଲି ଜଣାପଡିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories