www.samajalive.in
Saturday, December 6, 2025
14.1 C
Bhubaneswar

ବଢୁଛି ବାତ୍ୟା ସମ୍ଭାବନା, ସରକାର ଡାକିଲେ ଜରୁରୀ ବୈଠକ

ଭୁବନେଶ୍ୱର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ବାତ୍ୟା ସମ୍ଭାବନା ଥିବା ନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ଟୁଇଟ କରାଯାଇଛି। ଘୂର୍ଣ୍ଣିବଳୟରୁ ଲଘୁଚାପ ଓ ପରେ ଅବପାତ ହେବାର ସମ୍ଭାବନା। ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂଚନା ଅନୁସାରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଆସନ୍ତା ୨୨ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବା ସମ୍ଭାବନା।
ସୂଚନା ଯୋଗ୍ୟ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ପ୍ରାୟ ୮ଟା୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ସହ ପରବର୍ତ୍ତୀ ସମୟରେ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।
ଏହାସହ ବାତ୍ୟା ସମ୍ଭାବନା ବଢିବା ପରେ ଜରୁରୀ ବୈଠକ ଡାକିଲେ ସରକାର। ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ଅପରାହ୍ନ ୪ଟାରେ ଜରୁରୀ ବୈଠକ ହେବ। ଏସଆରସି ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ବୈଠକରେ ଆଲୋଚନା ହେବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories