www.samajalive.in
Tuesday, December 9, 2025
26.1 C
Bhubaneswar

ବାତ୍ୟା ‘ୟାସ’ ପ୍ରସ୍ତୁତି ନେଇ ୩ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟାରେ ପରିଣତ ହେଲା ୟାସ। ବାତ୍ୟା ୟାସ ପାଇଁ ୩ ରାଜ୍ୟ ଓଡ଼ିଶା, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟା ୟାସର ପ୍ରସ୍ତୁତି ସର୍ମ୍ପର୍କରେ ଗୃହମନ୍ତ୍ରୀ ଅମିତ ଶାହା ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ବୈଠକରେ ଆଣ୍ଡାମାନ ନିକୋବର ଉପରାଜ୍ୟପାଳ , ରାଜ୍ୟରମାନଙ୍କର ବରିଷ୍ଠ ଅଧିକାରୀ , ସୈନାର କିଛି ଅଧିକାରୀ,ଏନଡିଆଏଫ ଅଧିମାରୀ, ଭାରତୀୟ ପାଣିପାଗ ବିଭାଗର ଅଧିକାରୀ ସାମିଲ ହୋଇଛନ୍ତି।
ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ ୧୫୫-୧୬୫ ବେଗରେ ଘଣ୍ଟାପ୍ରତି ପବନ ବହିବାର ସମ୍ଭାବନା ରହିଛି। ମେ ୨୬ ସନ୍ଧ୍ୟାରେ ୧୮୫ କିମି ବେଗରେ ପବନ ପଶ୍ଚିମ ବଙ୍ଗ ଓ ଉତ୍ତର ଓଡ଼ିଶାର ତଟରେ ପ୍ରଭାବ ରହିବ। ଏଥିରେ ପଶ୍ଚିମ ବଙ୍ଗ ତଥା ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
ସେହିପରି ବାତ୍ୟା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିପଦପୂର୍ଣ୍ଣ ସ୍ଥାନମାନଙ୍କରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ବରିଷ୍ଠ ଅଧିକାରୀଙ୍କୁ ଅନ୍ୟ ରାଜ୍ୟ ସହ ସହଯୋଗ ରଖି କାର୍ଯ୍ୟ କରିବାକୁ କହିଛନ୍ତି।

 

- Advertisement -

 

Hot this week

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

Related Articles

Popular Categories