ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଆସନ୍ତାକାଲି ସକାଳ ସୁଦ୍ଧା ୨୪ଘଣ୍ଟାରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୨୬ରେ ଭୀଷଣ ବାତ୍ୟା ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ସାମ୍ଭାବ୍ୟ ବାତ୍ୟାର ନାମ ‘ରେମାଲ’ ରଖାଯାଇଛି। ବାତ୍ୟା ହେଲେ ତାହାର ପ୍ରଭାବ ଓଡ଼ିଶାରେ ସିଧାସଳଖ ପଡିବ ନାହିଁ। ସାମ୍ଭାବ୍ୟ ବାତ୍ୟା ରିମାଲ ବାଂଲାଦେଶ ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଂଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୬ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବାଷେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି।
Popular Categories



