www.samajalive.in
Monday, December 15, 2025
26.1 C
Bhubaneswar

ବାଂଲାଦେଶ, ପଶ୍ଚିମବଙ୍ଗ ମୁହାଁଇବ ବାତ୍ୟା ‘ରିମାଲ’

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶୁକ୍ରବାର ସକାଳେ ଅବପାତ ରୂପ ନେଇପାରେ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟା ଏବଂ ଭୀଷଣ ବାତ୍ୟାରେ ପରିଣତ ହେବ। ଏଭଳି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଅନ୍ୟପଟେ ବୁଧବାର ସୃଷ୍ଟ ଲଘୁଚାପ ଗୁରୁବାର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି ଲଘୁଚାପ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହା ଉତ୍ତର-ପୂର୍ବ ଦିଗରେ ଗତିପଥ ବଜାୟ ରଖି ୨୪ତାରିଖ ସକାଳେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପନେବା ସମ୍ଭାବନା ରହିଛି।

ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବ ଏବଂ ୨୫ ତାରିଖ ସକାଳ ସୁଦ୍ଧା ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚି ଏକ ସାମୁଦ୍ରିକ ଝଡ଼ ରୂପନେବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଉତ୍ତର ଦିଗରେ ଗତିପଥ ବଜାୟ ରଖିବା ସହିତ ଆହୁରି ଅଧିକ ଘନିଭୂତ ହୋଇ ୨୬ତାରିଖ ସକାଳେ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଆଡକୁ ମୁହାଁଇବ।

- Advertisement -

ଏହା ଭୀଷଣ ବାତ୍ୟା ରୂପନେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୬ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ୨୭ ତାରିଖରେ କିଛି ସ୍ଥାନରେ ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର ଓ ମୟୂରଭଞ୍ଜରେ ବର୍ଷା ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଅବଶ୍ୟ ସମ୍ଭାବ୍ୟ ବାତ୍ୟା ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରି ସାରିଛି। ସମ୍ଭାବ୍ୟ ବାତ୍ୟାର ନାମ ‘ରିମାଲ’ ରହିବ। ଏହାର ନାମକରଣ ଓମାନ କରିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହାର ପ୍ରଭାବ ଓଡ଼ିଶା ଉପରେ ସିଧାସଳଖ ରହିବ ନାହିଁ ବୋଲି କହିଛନ୍ତି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି। ବାତ୍ୟା ଜନିତ ବର୍ଷା ନେଇ ସତର୍କ ରହିବାକୁ ଏସଆରସି ସତ୍ୟବ୍ରତ ସାହୁ  ଜିଲାପାଳଙ୍କୁ ସତର୍କ ରହିବାକୁ ଚିଠି ଲେଖିଛନ୍ତି।

ସମ୍ଭାବ୍ୟ ବାତ୍ୟା ; ୨ ଦିନ ଅତି ପ୍ରବଳ ବର୍ଷା ସମ୍ଭବାନା..

ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ବର୍ଷା ଜାରି ରହିଥିବା ବେଳେ ୨୪ ଓ ୨୫ତାରିଖରେ କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ପବନ ହେବାର ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶାରେ ବଢୁଛି ଦିନ ତାପମାତ୍ରା। ନୂଆପଡାରେ ସର୍ବାଧିକ ତାପମାତ୍ରା ୪୪ଡିଗ୍ରୀ ଛୁଇଁଥିବା ବେଳେ ବଲାଙ୍ଗିର ୪୩,  ବୌଦ୍ଧ ୪୨, ଟିଟିଲାଗଡ ୪୧, ସୁବର୍ଣ୍ଣପୁର ୪୦.୩, ଭବାନୀପାଟଣା ୪୦.୫, ଭୁବନେଶ୍ବର ୩୭.୭ ଏବଂ କଟକରେ ୩୬.୫ ଡିଗ୍ରୀ ପାରଦ ରେକର୍ଡ ହୋଇଛି। ଆସନ୍ତା ୩ଦିନ ମଧ୍ୟରେ ରାଜ୍ୟର କେତେକ ଅଞ୍ଚଳରେ ପାରଦ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories