www.samajalive.in
Saturday, December 6, 2025
15.1 C
Bhubaneswar

ଆସୁଛି ବାତ୍ୟା ‘ଶକ୍ତି’! ଓଡ଼ିଶା ଉପକୂଳ ଓ ବାଂଲାଦେଶରେ ପଡିପାରେ ପ୍ରଭାବ

ସମାଜ ଡିଜିଟାଲ ଡେସ୍କ: ଆସୁଛି ଏକ ବଡ ବାତ୍ୟା ଶକ୍ତି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ମେ ୨୩ରୁ ୨୮ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହା ବାତ୍ୟାରେ ପରିଣତ ହୋଇ ୨୪ରୁ ୨୬ତାରିଖ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଅଛି । ଏହା ଓଡ଼ିଶା ଉପକୂଳ ଓ ବାଂଲାଦେଶର ଚତୋଗ୍ରାମରେ ପ୍ରଭାବ ପକାଇପାରେ । ଏନେଇ ବାଂଲଦେଶ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସାମ୍ଭାବ୍ୟ ବାତ୍ୟାର ନାଁ ଶକ୍ତି ରଖାଯାଇଛି ।

ଘୂର୍ଣ୍ଣିଝଡର ପ୍ରାଥମିକ ପ୍ରଭାବ ବାଂଲାଦେଶ ଉପରେ ପଡିବାର ଆଶଙ୍କା କରାଯାଉଥିବା ବେଳେ ଓଡ଼ିଶାର ଉପକୂଳ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଞ୍ଜାମ ଏବଂ ଖୋର୍ଦ୍ଧାରେ ମଧ୍ୟମ ପ୍ରଭାବ ପଡିପାରେ । ଏହି ଅଞ୍ଚଳରେ ୨୪ରୁ ୨୭ ମେ ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ୪୦ରୁ ୬୦କି.ମି ବେଗରେ ପବନ ବହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

- Advertisement -

ସୂଚନା ଅନୁସାରେ ମୌସୁମୀ ବାୟୁ ମଙ୍ଗଳବାର ଦକ୍ଷିଣ ବିଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ, ନିକୋବର ଦ୍ୱୀପପୁଞ୍ଜ ଏବଂ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ଏହି ସମୟରେ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ ସୃଷ୍ଟି ହେବାର ସମ୍ଭାବନା ଅଧିକ ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories